Warning: Constant DISALLOW_FILE_EDIT already defined in /var/www/html/wp-config.php on line 115
ଆଜି ପବିତ୍ର ଶାମ୍ବ ଦଶମୀ - Dharitri

ଆଜି ପବିତ୍ର ଶାମ୍ବ ଦଶମୀ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପବିତ୍ର ଶାମ୍ବ ଦଶମୀ । ଏହି ଦିନ ସୂର୍ଯ୍ୟ ଦେବତାଙ୍କ ପୂଜା କରାଯାଏ । ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି ।
ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ ଅଭିଷପ୍ତ ହୋଇ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲ । ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଦେବତାଙ୍କ ଆରାଧନା କରିବା ପରେ ସେ କୁଷ୍ଠ ରୋଗରୁ ଭଲ ହୋଇଥିବା କୁହାଯାଏ। ଏହି ଦିନରେ ସୂର୍ଯ୍ୟ ଦେବତାଙ୍କ ପୂଜା ଲାଗି ବିଭିନ୍ନ ପ୍ରକାରର ପିଠା, ମିଠା ପ୍ରସ୍ତୁତ କରିବା ସହ ଘାଣ୍ଟ ତରକାରୀ ଭୋଗ ଲଗାଯାଏ।
ଅନ୍ୟପଟେ ଆଜି କୋଣାର୍କରେ ସୂର୍ଯ୍ୟ ରଥ ଯାତ୍ରା ଅନୁଷ୍ଠିତ ହେବ । ହୋମ ଓ କଳସ ସ୍ଥାପନ ପରେ ସୂର୍ଯ୍ୟ ଦେବତାଙ୍କ ବିଗ୍ରହକୁ ରଥାରୁଢ଼ କରାଯିବ । ପରେ ରଥ ଉପରେ ୧୦୮ କାକରା, ବରା ଓ ପୋଡ଼ପିଠା ଲାଗି ହେବ । ଏହି ରଥ ୨୭ ଦିନ ପର୍ଯ୍ୟନ୍ତ ଚନ୍ଦ୍ରଭାଗାରେ ରହି ୨୭ ନକ୍ଷତ୍ରରେ ପୂଜାର୍ଚ୍ଚନା ପରେ ମାଘ ସପ୍ତମିରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ ।

Share