ରାଜ୍ୟରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୪।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୫୯୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୧୫ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୬, ବରଗଡ଼ରୁ ୭, ଭଦ୍ରକରୁ ୪, କଟକରୁ ୩, ଦେବଗଡ଼ରୁ ୧, ଗଜପତିରୁ ୧, ଓ ଗଞ୍ଜାମରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧାରୁ ୬, ମାଲକାନଗିରିରୁ ୧ଓ ମୟୂରଭଞ୍ଜରୁ ୮ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨, ସୁବର୍ଣ୍ଣପୁରରୁ ୧ , ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଅଛନ୍ତି।

Share