ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ ଦୁଇଦିନ ହେଲା ମହାନଦୀ ଅବବାହିକାରେ ବସବାସ କରୁଥିବା ଅଧିବାସୀଙ୍କୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ରହିବାକୁ ସୂଚନା ଦିଆଯାଉଛି।
ମୁଖ୍ୟଯନ୍ତ୍ରୀ ମହାନଦୀ ବେସିନ ଇଂ. ସୁଶୀଳ କୁମାର ବେହେରା କହିଛନ୍ତି, ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧିପାଇଛି। ରୁଲ୍‌କର୍ଭ ନିୟମ ଅନୁସାରେ ଜୁଲାଇ ଶେଷ ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୦୫ ଫୁଟ୍‌ରୁ ପ୍ରାୟ ୧୦ ଫୁଟ୍‌ ଅଧିକ ରହିଥିବାରୁ ରବିବାର ସକାଳ ୯ଟାରେ ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯିବ। ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ସ୍ଲୁଇସ୍‌ ଗେଟ୍‌ ଖୋଲିବା ପ୍ରକ୍ରିୟାର ଶୁଭାରମ୍ଭ କରିବେ ବୋଲି ସେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶକୁ ଅନୁଧ୍ୟାନକରି ଗେଟ୍‌ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ। ତେବେ ବର୍ତ୍ତମାନ ସ୍ଥିତିରେ ୧୦ରୁ ୧୨ଟି ଗେଟ୍‌ ଖୋଲାଯିବ।
ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ଥିବାବେଳେ ଜଳସ୍ତର ୬୦୫ ଅତିକ୍ରମ କଲେ ସ୍ଲୁଇସ୍‌ ଗେଟ୍‌ ମାଧ୍ୟମରେ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଉପରମୁଣ୍ଡରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬.୯୩ ମିଲିମିଟର ଓ ତଳମୁଣ୍ଡରେ ୨୨.୨୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ୬୧୫.୨୯ଫୁଟ୍‌ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୯୪ହଜାର ୧୧୨ ଘନଫୁଟ୍‌ ଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ବିଭିନ୍ନ କେନାଲ ମାଧ୍ୟମରେ ୩୯ ହଜାର ୫୧୨ ଘନଫୁଟ୍‌ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ଲିଜ୍‌ଧାରୀଙ୍କୁ ୭.୩୮ କୋଟି ଜରିମାନା

ଯାଜପୁର,୨୦ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ପଥର ଧସି ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଲିଜ୍‌ଧାରୀ ନାରାୟଣ ରାଉତଙ୍କୁ...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri