ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୧୯ ଆକ୍ରାନ୍ତ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୧୯ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଗଞ୍ଜାମରୁ ୨୪୬ ଆକ୍ରାନ୍ତ ଅଛନ୍ତି। ଯାହା ଖୋର୍ଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ଯଥେଷ୍ଟ କମ୍‌। ତେବେ କ୍ରମାଗତ ଭାବେ ଏହିଭଳି ସ୍ଥିତି ଲାଗି ରହିଲେ କିଛି ଦିନ ମଧ୍ୟରେ ଗଞ୍ଜାମର ପୂର୍ବ ସ୍ଥିତିକୁ ଖୋର୍ଦ୍ଧା ଚାଲିଯିବ ବୋଲି ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୪୫୩୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୬ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୨୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।

Share