ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୯।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭର୍ଚୁଆଲରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ଜଣାପଡିଛି। ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରୁ ଏବଂ ନିର୍ବାଚନମଣ୍ଡଳୀରେ ଥିବା ମନ୍ତ୍ରୀମାନେ ଜିଲା ମୁଖ୍ୟାଳୟ କନଫରେନ୍ସ ହଲ୍‌ରୁ ଯୋଗଦେବେ।

Share