ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ବର, ୧୩/୨(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ୪୫ ମିନିଟ୍‌ରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୧୨ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ, ସମବାୟ, କୃଷି, ସ୍ବାସ୍ଥ୍ୟ, ଶିଳ୍ପ ଓ ଜଳସମ୍ପଦ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରସ୍ତାବଗୁଡିକୁ ବୈଠକରେ ଅନୁମୋଦନ ମିଳିବ। ସେହିଦିନ ମନ୍ତ୍ରୀ ପରିଷଦ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ଫେବୃୟାରୀ ୨୧ରେ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ୨୪ ତାରିଖରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ବଜେଟକୁ ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ ମିଳିବ ବୋଲି ଜଣାପଡ଼ିଛି।

Share