ଆଜି ସୁବର୍ଣ୍ଣପୁରରୁ ପୁରୀକୁ ଗଡ଼ିବ ଟ୍ରେନ୍‌

ସୋନପୁର,୩।୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ୩ ତାରିଖ ଶନିବାର ଏକ ସ୍ମରଣୀୟ ଦିବସ ହେବାକୁ ଯାଉଛି। ଏହି ଦିନ ଦ୍ୱିତୀୟ ବାରାଣସୀ କୁହାଯାଉଥିବା ସୁବର୍ଣ୍ଣପୁର ରେଳ ମାନଚିତ୍ରରେ ସ୍ଥାନ ପାଇବ। ଜିଲା ସଦର ମହକୁମାରୁ ଶ୍ରୀକ୍ଷେତ୍ର ପୁରୀକୁ ଟ୍ରେନ୍‌ ଗଡିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ବିଛୁପାଲିରୁ ସୁବର୍ଣ୍ଣପୁର ଷ୍ଟେଶନ ମଧ୍ୟରେ ନୂଆ ରେଳ ଲାଇନ୍‌ ଓ ସୁବର୍ଣ୍ଣପୁର ରେଳ ଷ୍ଟେଶନର ଲୋକାର୍ପଣ କରିବେ। ସେହିପରି ସୁବର୍ଣ୍ଣପୁରରୁ ଟ୍ରେନ୍‌ ସେବାକୁ ଶୁଭାରମ୍ଭ କରିବେ। ଏଥିପାଇଁ ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ସୁବର୍ଣ୍ଣପୁରରେ ପହଞ୍ଚତ୍ଛନ୍ତି। ଷ୍ଟେଶନକୁ ସୁନ୍ଦର ଭାବେ ସଜାଯାଇଛି। ଏକ ଟ୍ରେନ୍‌ ମଧ୍ୟ ଟ୍ରାଏଲ ପାଇଁ ରହିଛି। ପାସେଞ୍ଜର ଟ୍ରେନ୍‌ ଗଡିବା ପୂର୍ବରୁ ବାରମ୍ବାର ଟ୍ରାଏଲ ହୋଇଥାଏ ବୋଲି କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂହଦେଓ ଓ ସ୍ଥାନୀୟ ଲୋକପ୍ରତିନିଧି ଉପସ୍ଥିତ ରହିବେ ବୋଲି ଜଣାପଡିଛି। ରେଳ ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଶନିବାର ଏକ ଟ୍ରେନ୍‌ ପରୀକ୍ଷାମୂଳକ ଭାବେ ଗଡିବ। ସୁବର୍ଣ୍ଣପୁରରୁ ପୁରୀକୁ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ସାପ୍ତାହିକ ଚାଲିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତି ଗୁରୁବାର ଟ୍ରେନ୍‌ ପୁରୀରୁ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, ନରାଜ ମାର୍ଥାପୁର, ଢେଙ୍କାନାଳ, ସମ୍ବଲପୁର ଓ ବଲାଙ୍ଗୀର ଦେଇ ସୁବର୍ଣ୍ଣପୁର ଆସିବ। ପୁଣି ଶୁକ୍ରବାର ଟ୍ରେନ୍‌ ସୁବର୍ଣ୍ଣପୁରରୁ ପୁରୀ ଫେରିବ। ସେହିପରି ରେଳ ବିଭାଗର ପ୍ରସ୍ତାବ ଅନୁଯାୟୀ ପ୍ରତ୍ୟହ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ୍‌ ସୁବର୍ଣ୍ଣପୁର ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ। ବଲାଙ୍ଗୀର-ବିଛୁପାଲି ମଧ୍ୟରେ ଚାଲୁଥିବା ୨ଟି ପାସେଞ୍ଜର ଟ୍ରେନ୍‌ ସୁବର୍ଣ୍ଣପୁର ଷ୍ଟେଶନ ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ। ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ଦୈର୍ଘ୍ୟ ୩୦୧ କିଲୋମିଟର। ସେଥିମଧ୍ୟରୁ ଖୋର୍ଦ୍ଧାରୋଡ୍‌ରୁ ଦଶପଲ୍ଲା ପର୍ଯ୍ୟନ୍ତ ପ୍ରାୟ ୧୧୦ କିଲୋମିଟର ଓ ବଲାଙ୍ଗୀର ପଟୁ ୫୧କିଲୋମିଟର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ମଣ୍ଡି ବୁଲି ସ୍ଥିତି ଦେଖିଲେ ଜିଲାପାଳ

ଅତାବିରା,୨୬ା୧୦(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ଧାନ ଅମଳ ଆରମ୍ଭ ହୋଇଛି। ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ ବୈଠକ ପରେ ଜିଲାରେ ମଣ୍ଡିଗୁଡ଼ିକରେ ଧାନ ସଂଗ୍ରହ କରାଯିବ।...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri