ଆଜି ଭର୍ଚୁଆଲ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତ ଜୋରଦାର ହେଉଛି। ଉଭୟ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ପ୍ରଚାର କରିବେ। ମିଳିଥିବା ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ବୁଧବାର ତିର୍ତ୍ତୋଲ ବିଧାନସଭା ଏବଂ ୨୯ ତାରିଖରେ ବାଲେଶ୍ୱର ଉପନିର୍ବାଚନ ପାଇଁ ପ୍ରଚାର କରିବେ।

Share