ଟୋକିଓ, ୨୫ା୧୨ (ଏପି)-ଟୋକିଓ ଅଲିମ୍ପିକ୍ସର ସମସ୍ତ ୬୮ ଘରୋଇ ପ୍ରାୟୋଜକ ସେମାନଙ୍କ ଚୁକ୍ତି ମିଆଦକୁ ଆସନ୍ତା ବର୍ଷକୁ ବୃଦ୍ଧି କରିବା ଲାଗି ରାଜି ହୋଇଛନ୍ତି। ଗେମ୍ସର ଆୟୋଜକଗଣ ଗୁରୁବାର ଏ ବିଷୟରେ ସୂଚନା ଦେଇଛନ୍ତି। କୋଭିଡ୍ ପାଇଁ ସ୍ଥଗିତ ରହିଥିବା ଟୋକିଓ ଅଲିମ୍ପିକ୍ସକୁ ଆସନ୍ତା ବର୍ଷ ଘୁଞ୍ଚାଇ ଦିଆଯାଇଛି। ବିଳମ୍ବ ଯୋଗୁ ବଜେଟ ବୃଦ୍ଧି ପାଇବା ସ୍ବାଭାବିକ। ନୂତନ ଆର୍ଥିକ ଅବଦାନ ଯୋଗୁ ୨୨ ବିଲିୟନ ୟେନ ଅବା ୨୧୦ ନିୟୁତ ଡଲାର ବୃଦ୍ଧି ପାଇଥିବା ଜାପାନ ଆୟୋଜକ କମିଟି ସଭାପତି ୟୋଶିରୋ ମୋରି କହିଛନ୍ତି। ଘରୋଇ ପ୍ରାୟୋଜକମାନେ ଇତିମଧ୍ୟରେ ରେକର୍ଡ ୩.୩ ବିଲିିୟନ ଦେଇ ସାରିଛନ୍ତି। ନୂଆ ଆର୍ଥିକ ଅବଦାନ ଏହାର ପରିମାଣ ୩.୫ ବିଲିୟନ ଡଲାରକୁ ଅତିକ୍ରମ କରିଯାଇଛି। ଯେକୌଣସି ଅଲିମ୍ପିକ୍ସ ତୁଳନାରେ ଟୋକିଓ ଗେମ୍ସରେ ୨ରୁ ୩ ଗୁଣା ଅଧିକ ଖର୍ଚ୍ଚ ହେଉଛି। ଆୟୋଜକ କମିଟି ସିଇଓ ତୋଶିରୋ ମୁତୋ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ବହୁ କମ୍ପାନୀଙ୍କ ଆର୍ଥିକ ସ୍ଥିତି ଭଲ ନାହିଁ। ଏହା ସତ୍ତ୍ୱେ ସେମାନେ ନୂଆ ଚୁକ୍ତି ପାଇଁ ରାଜି ହୋଇଛନ୍ତି। ଏଥିପାଇଁ ସେମାନଙ୍କୁ ବାଧ୍ୟ କରାଯାଇ ନାହିଁ। କରୋନା ଯୋଗୁ ଗେମ୍ସକୁ ଘୁଞ୍ଚାଇ ଦିଆଯିବାରୁ ଅଫିସିଆଲ ବଜେଟ ୨.୮ବିଲିୟନ ବୃଦ୍ଧି ପାଇ ୧୫.୪ ବିଲିୟନ ଡଲାରରେ ପହଞ୍ଚତ୍ଛି। ସରକାରୀ ଅଡିଟ୍ରେ କୁହାଯାଇଛି ଟୋକିଓ ଗେମ୍ସର ମୋଟ ଖର୍ଚ୍ଚ ୨୫ ବିଲିୟନ ଡଲାର ପାଖାପାଖି ପହଞ୍ଚତ୍ୟାଇପାରେ। ଏଥିରେ ସାଧାରଣ ଜନତାଙ୍କର ୬.୭ ବିଲିୟନ ଡଲାର ରହିଛି।
ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…
ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...
IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍
ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...
ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର
ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...
୬ ବଲ୍ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…
ଅବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...
ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍
ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...
୧୯ ବର୍ଷର ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ…
ଆବୁଧାବୀ,୧୬।୧୨: ଆଇପିଏଲ୍ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...
ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା
ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...
IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା
ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍ ଲିଗ୍ ଆଇପିଏଲ୍ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...
Archives


