ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’

ଭୁବନେଶ୍ୱର,୧୧।୬: ବାତିଲ ହେଲା ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’। ବୁଧବାର ରାଜଧାନୀ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’ ଅନୁଷ୍ଠିତ ହୋଇଥାନ୍ତା। ହେଲେ ସୂଚନା ମିଳିଛି କି, ଆସନ୍ତା କାଲିର ରୋଡ ଶୋ’କୁ ବାତିଲ କରାଯାଇଛି।

ମଙ୍ଗଳବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ ସମସ୍ତ ନୂଆ ବିଧାୟକ ଯିବେ। ଏହାପରେ ବୁଧବାର ଜନତା ମଇଦାନଠାରେ ଭାଜପାର ପ୍ରଥମ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବ। ତେବେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ।

ତେବେ ପ୍ରଧାନମନ୍ତ୍ରୀ ମୋଦି ଅପରାହ୍ନ ୪ଟାରେ ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ ଶୋ’ କରିବାର କାର୍ଯ୍ୟକ୍ରମ ରହିଥିଲା। ଏହାପରେ ୪ଟା ୪୫ରେ ଜନତା ମଇଦାନଠାରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥା’ନ୍ତେ। ହେଲେ ମୋଦିଙ୍କ ରୋଡ ଶୋ’ କାର୍ଯ୍ୟସୂଚୀକୁ ବାତିଲ କରାଯାଇଛି।