ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା ଦିଆଯାଇଛି।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ରେ ୧୪ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତର ରୂପ ନେବାର ସମ୍ଭାବନା ରହିଛି pic.twitter.com/NdbZ55b0FN
— Meteorological Centre, Bhubaneswar (@mcbbsr) November 11, 2023
ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।