କାଲି ଲଘୁଚାପ, ୧୫ରୁ ବର୍ଷିବ

ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା ଦିଆଯାଇଛି।

ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Share