ମୃତ୍ୟୁର ତାଣ୍ଡବ ଆରମ୍ଭ, ୨୪ ଘଣ୍ଟାରେ ୮୯୩ ମୃତ…

ନୂଆଦିଲ୍ଲୀ, ୩୦।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୮୯୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ନିୟନ୍ତ୍ରଣରେ ରହୁ ନଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

ସେହିପରି ୩ ଲକ୍ଷ ୫୨ ହଜାର ୭୮୪ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୮ ଲକ୍ଷ ୮୪ ହଜାର ୯୩୭ ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୪.୫ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୪ ହଜାର ୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୦ ଲକ୍ଷ ୯୨ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୮୭ ଲକ୍ଷ ୧୩ ହଜାର ୪୯୪ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ପାଞ୍ଚଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫୦,୮୧୨  ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପଛକୁ କର୍ନାଟକ ରହିଛି। ଏଠାରେ ୩୩,୩୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ୨୭,୯୭୧ , ତାମିଲନାଡୁରେ ୨୪,୪୧୮ ଏବଂ ଗୁଜୁରାଟରେ ୧୧,୭୯୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share