ହିଲଭିୟୁରେ ଟୟ ଟ୍ରେନ୍‌

ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ । ତେବେ ଦାରିଙ୍ଗବାଡିର ଅନେକ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ହିଲଭିୟୁ ପାର୍କ ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା ଉକ୍ତ ପାର୍କ ମଧ୍ୟରେ ସୋମବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟ ଟ୍ରେନର ଲୋକାର୍ପଣ କରାଯାଇଛି । ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଅଧ୍ୟକ୍ଷ ତଥା ବାଲିଗୁଡା ଉପଜିଲାପାଳ ଡ. ରୀନା ପ୍ରଧାନ ଏହାର ବିଧିବଧ ଭାବେ ଶୁଭଦଘାଟ୍‌ନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଟ୍ରଷ୍ଟର ସମ୍ପାଦକ ତଥା ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, କନିଷ୍ଠ ଯନ୍ତ୍ରୀ ଧିରେନ କୁମାର ସେଠୀ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଠ, ପତିତପାବନ ରାଉତ, ବିଦେଶୀ ନାୟକ, ରମେଶ ଚନ୍ଦ୍ର ସାହୁ, ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶ ଯେ, ହିଲଭିୟୁ ପାର୍କର ନିଜସ୍ବ ପାଣ୍ଠିରୁ ୧୨ ଲକ୍ଷ ୪୯ ହଜାର ଟଙ୍କା ଖର୍ଚ୍ଚ କରାଯାଇ ନୂତନ ଟୟ ଟ୍ରେନ ସ୍ଥାପନ କରାଯାଇଛି । ସୂଚନା ଯୋଗ୍ୟଯେ ପୂର୍ବରୁ ମଧ୍ୟ ଏକ ଟୟ ଟ୍ରେନ ରହିଥିଲା ଯାହାକି ନଷ୍ଟ ହୋଇଗଲାପରେ ଏବେ ନୂତନ ଭାବେ ସ୍ଥାପନ କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…

ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ...

ଗାଁ ଦାଣ୍ଡରେ ଯୁବକଙ୍କୁ ଛୁରି ଭୁସି ହତ୍ୟା

ସୁନ୍ଦରଗଡ଼,୭।୧୦(ଜୟନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଜି ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ର ୧ ଟଙ୍କା, ୯ ତାରିଖରେ କେଉଁମାନଙ୍କୁ ମିଳିବ ଜାଣି ରଖନ୍ତୁ…

ଭୁବନେଶ୍ୱର,୭ା୧୦: ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ୧ ଟଙ୍କା ସୋମବାର ବ୍ୟାଙ୍କ ଖାତାକୁ ଆସିବ। ଏନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରୀଡ଼ା।...

ବିଲ୍‌ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ

ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍‌ କରାଇ ଦେବା ଲାଗି...

ପାର୍ବଣରେ ଗଡ଼ିବ ବସ୍‌ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….

ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍‌ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍‌ ମାଲିକ ସଂଘ। ଦକ୍ଷିଣ ଓ...

OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ...

ଉପକୂଳରେ ପ୍ରବଳ ବର୍ଷା: ୩ ଘଣ୍ଟା ପର୍ଯ୍ୟନ୍ତ ନିର୍ଧୂମ ଛେଚିବ

ଭୁବନେଶ୍ୱର,୭।୧୦: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri