ରଥଯାତ୍ରାରେ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୭।୭ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ ସହ ନିରବଚ୍ଛିନ୍ନ ବିଜୁଳି ଯୋଗାଣକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ୧୬୯ଏମ୍‌ଭିଏ କ୍ଷମତା ସହ ପୁରୀ ରଥଯାତ୍ରା ସମୟରେ ଆବଶ୍ୟକ ଥିବା ୭୩ ମେଗାୱାଟର ବିଦ୍ୟୁତ୍‌ ଆବଶ୍ୟକତାକୁ ପୂରଣ କରିବା ପାଇଁ କମ୍ପାନୀ ପ୍ରସ୍ତୁତ ହୋଇଛି। ପୁରୀ ସହରରେ ଉନ୍ନତ ଲୋଡ୍‌ ପରିଚାଳନା ସୁନିଶ୍ଚିତ କରିବା ପାଇଁ ୪ଟି ପିଟିଆର୍‌କୁ ୮ଏମ୍‌ଭିଏରୁ ୧୨.୫/୧୬ ଏମ୍‌ଭିଏକୁ ବୃଦ୍ଧି କରାଯାଇଛି। ଏହି ସମୟ ମଧ୍ୟରେ ନିରବଚ୍ଛିନ୍ନ ଏବଂ ଗୁଣାତ୍ମକ ବିଦ୍ୟୁତ୍‌ ଯୋଗାଣକୁ ସୁନିଶ୍ଚିତ କରିବା ପାଇଁ ଟିପିସିଓଡିଏଲ୍‌ କର୍ମଚାରୀ, ବିଜ୍‌ନେସ୍‌ ଆସୋସିଏଟ୍ସ, ଟିପିସିଓଡିଏଲ୍‌ ଏବଂ ଓଇଏମ୍‌ର ସୁଇଚ ଗିଅର ବିଶେଷଜ୍ଞଙ୍କୁ ଅନ୍ତର୍ଭୁକ୍ତ କରି ଟିପିସିଓଡିଏଲ୍‌ ୮୦୦ କର୍ମଚାରୀଙ୍କୁ ନିୟୋଜିତ କରିଛି। ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଛନ୍ତି, ପୁରୀର ରଥଯାତ୍ରା କାର୍ଯ୍ୟକ୍ରମ ପ୍ରତି ଆମର ସମର୍ପଣ ଅତୁଟ ରହିଛି। ଏପରିକି ଆମେ ଆମର ଭିତ୍ତିଭୂମିକୁ ସୁଦୃଢ କରିବା ସହିତ ମାନବ ସମ୍ବଳର ଠିକ୍‌ ବ୍ୟବହାରକରି ନିରବଚ୍ଛିନ୍ନ ବିଜୁଳି ଯୋଗାଣ ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ ରହିଛୁ। ବିଶେଷକରି ସମସ୍ତଙ୍କ ପାଇଁ ସୁରକ୍ଷିତ ଓ ଆନନ୍ଦଦାୟକ ରଥଯାତ୍ରା ଅନୁଭୂତି ସୁନିଶ୍ଚିତ କରିବା ସହ ସେବା କ୍ଷେତ୍ରରେ ଉକତ୍ର୍ଷ ହାସଲ କରିବା ପାଇଁ ଟିପିସିଓଡିଏଲ୍‌ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

ବିଗେଷ୍ଟ ଓଲା ସିଜନ ସେଲ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୫।୧୦: ଓଲା ଇଲେକ୍‌ଟ୍ରିକ୍‌ର ବହୁ ପ୍ରତୀକ୍ଷିତ ଅଭିଯାନ (କ୍ୟାମ୍ପେନିଂ) ତଥା ଚଳିତ ପାର୍ବଣ ଋତୁରେ ବିଗେଷ୍ଟ ଓଲା ସିଜନ ସେଲ୍‌ (ବସ୍‌)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି...

ପାର୍ବଣରେ ୫୦ ହଜାର କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୫।୧୦ (ଅନୁରାଧା ମହାରଣା): ନବରାତ୍ରିରେ ରାମଲୀଲା ଗରବା ଏବଂ ଦାଣ୍ଡିଆ ଉସତ୍ବ ପ୍ରତିବର୍ଷ ସାରା ଦେଶରେ ୧୦ ଦିନ ପାଳନ କରାଯାଉଥିବାବେଳେ ଦେଶରେ ବ୍ୟବସାୟିକ କ୍ଷେତ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri