ନକଲି ଔଷଧ କାରବାର: ମୁହଁ ଖୋଲିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୯(ବ୍ୟୁରୋ): ରାଜ୍ୟରେ କିଛିଦିନ ତଳେ ନକଲି ଔଷଧ ନେଇ ଅଭିଯୋଗ ଆସିବା ପରେ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି। ଏ ନେଇ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ଦେଇ କହିଛନ୍ତି, ଯଦି କେହି ଭୁଲ କରିଥିବେ, ତେବେ ତାଙ୍କୁ ଦଣ୍ଡ ଦିଆଯିବ । ଆଇନ ତା ବାଟରେ ଯିବ । କାହାରିକୁ ଛଡ଼ାଯିବ ନାହିଁ । ଆଗକୁ ମଧ୍ୟ ସବୁ ଜିଲାରେ ଚଢାଉ କରିବାକୁ ନିର୍ଦ୍ଦେଶ ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।

Share