ବନବାସୀ ଚାଷୀଙ୍କୁ ଶୋଷଣ କରୁଛନ୍ତି ବେପାରୀ, ଉପଯୁକ୍ତ ଥଇଥାନ କରିବାକୁ ଦାବି

ବାଲିଗୁଡା ,୬।୨: (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରଶାସନିକ ଅବହେଳା କାରଣରୁ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ଆଦିବାସୀ ଅଧ୍ୟୁଷିତ ବନବାସୀମାନେ ବେପାରୀଙ୍କ ଦ୍ୱାରା ଶୋଷଣର ଶିକାର ହେଉଛନ୍ତି। ଦୁର୍ଗମ ଅଞ୍ଚଳରୁ ସହରକୁ ବନଜାତ ଦ୍ରବ୍ୟ ବିକ୍ରି କରିବାକୁ ଆସୁଥିବା ବନବାସୀଙ୍କ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ସେମାନେ ଅସୁବିଧାର ସମ୍ମୁଖିନ ହେଉଥିବା ଜଣାପଡିଛି। ଆଦିବାସୀ ଅଧ୍ୟୁଷିତ ବାଲିଗୁଡା ବ୍ଲକର ବଣପାହାଡ଼ ଘେରା ତଥା ଦୁର୍ଗମ ଅଞ୍ଚଳରୁ ଅନେକ ବନବାସୀ ସେମାନଙ୍କ ଉତ୍ପାଦିତ ବା ସଂଗୃହିତ ବନଜାତ ଦ୍ରବ୍ୟ ଯଥା ଦାନ୍ତକାଠି, ପତ୍ର, ଫଳମୂଳ, ପନିପରିବା, ଔଷଧୀୟ ଜଡିବୁଟି ଆଦି ଆଣି ବାଲିଗୁଡା ସହରର ବିଭିନ୍ନ ସ୍ଥାନରେ ବସି ବିକ୍ରି କରିଥାନ୍ତି। ବିକ୍ରିବଟା କରିବା ପରେ ପଇସା ସହିତ ତେଲ ଲୁଣ, ଲୁଗାପଟା ଆଦି ନିତ୍ୟ ବ୍ୟବହାର ସାମଗ୍ରୀ କିଣି ଘରକୁ ଫେରନ୍ତି। କେହି କେହି ସପ୍ତାହରେ ଥରେ ଶନିବାର ସାପ୍ତାହିକ ହାଟ ଦିନରେ ଆସିଥାନ୍ତି ତ କେହି ୨/୩ ଦିନରେ ଥରେ ଆସିଥାନ୍ତି। କେହି ଏକୁଟିଆ ଆସିଥାନ୍ତି ତ କେହି ଦଳ ଦଳ ହୋଇ ଆସିଥାନ୍ତି। ଏଭଳି ସବୁ ଦିନିଆ ଘଟଣା ଦେଖିବାକୁ ମିଳିଥାଏ। ଏହି ବନବାସୀମାନେ ବିଶେଷ କରି ବସ, ଜିପ ତଥା ଅଟୋରେ ଭଡ଼ା ଦେଇ ଆସିଥାନ୍ତି। ପାହାଡ଼ିଆ ସାମଗ୍ରୀ ପ୍ରାକୃତିକ ପରିବେଶରେ ହେଉଥିବାରୁ ଏବଂ ବିନା ସାରରେ ହେଉଥିବାରୁ ଏହାର ଚାହିଦା ଅଧିକ ଥାଏ। ସକାଳ ହେଲେ ଅନେକ ଲୋକ ଅପେକ୍ଷା କରିଥାନ୍ତି । ଏହି ବନଜାତ ଦ୍ରବ୍ୟ କିଣି ଘରକୁ ନେଇଥାନ୍ତି। କିନ୍ତୁ ଅନେକ ସମୟରେ ବନବାସୀମାନେ ବେପାରୀଙ୍କ ଦ୍ୱାରା ଠକାମିର ଶିକାର ହୋଇଥାନ୍ତି। ଖାଉଟିମାନେ ମଧ୍ୟ ସେହି ସାମଗ୍ରୀକୁ ବେପାରୀଙ୍କ ଠାରୁ ଅଧିକ ଦାମରେ କିଣି କ୍ଷତିଗ୍ରସ୍ତ ହୋଇଥାନ୍ତି। ଏଣୁ ଅନେକ ସମୟରେ ବନବାସୀ-ବେପାରୀ ଏବଂ ଖାଉଟି-ବେପାରୀଙ୍କ ମଧ୍ୟରେ ବିବାଦ ଉପୁଜିଥାଏ। ଆଦିବାସୀଙ୍କୁ ବେପାରୀଙ୍କ ଶୋଷଣରୁ ମୁକ୍ତ କରିବା ପାଇଁ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏହା ବୃଦ୍ଧି ପାଇବାରେ ଲାଗିଛି। ଏଣୁ ଏହାକୁ ରୋକିବା ସହ ଉପଯୁକ୍ତ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ମହଲରୁ ପ୍ରଶାସନଠାରେ ଦାବି ହୋଇଛି। ବନବାସୀମାନେ ସହରରେ ବସି ସାମଗ୍ରୀ ବିକ୍ରି କରିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା, ବିଶ୍ରାମ ଓ ପାନୀୟ ଜଳ ସୁବିଧା କରିବା, ସେମାନେ ସାଙ୍ଗରେ ଧରି ଆସୁଥିବା ଛୋଟ ଛୋଟ ପିଲାଙ୍କ ପାଇଁ କ୍ରେଚ ବ୍ୟବସ୍ଥା କରାଯାଇପାରିଲେ ସେମାନେ ଉପକୃତ ହେବା ସହ ଶୋଷଣରୁ ମୁକ୍ତ ହୋଇ ପାରିବେ ବୋଲି ବିଭିନ୍ନ ମହଲରୁ ମତ ପ୍ରକାଶ ପାଇଛି l


Enter your email to get our daily news in your inbox.

All Right Reserved By Dharitri.Com

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

ବ୍ୟାଙ୍କ୍‌ ଆକାଉଣ୍ଟରେ ଏତେ ଟଙ୍କା ରଖିଲେ ଦେବାକୁ ପଡିପାରେ ଟିକସ? ଜାଣି ନିଅନ୍ତୁ ନ ହେଲେ…

ଆଜିକାଲି, ଅନଲାଇନ ଟଙ୍କା କାରବାର ବୃଦ୍ଧି ପାଉଛି। ଏହାର ଅର୍ଥ ହେଉଛି ଯେ ଅନେକ ଲୋକ ସଞ୍ଚୟ ପାଇଁ ବ୍ୟାଙ୍କ ଆକାଉଣ୍ଟ ଖୋଲିଛନ୍ତି। ଏକ ସଞ୍ଚୟ...

IPL ୨୦୨୫: ପୁଣି ବଦଳିବେ ରାଜସ୍ଥାନ ରୟାଲ୍ସ ଅଧିନାୟକ? ସାମସନଙ୍କ ଯୋଗୁ ନେବାକୁ ପଡ଼ିପାରେ…

ନୂଆଦିଲ୍ଲୀ,୧୮।୪: ୨୦୨୫ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଏପର୍ଯ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ଏବେ ଦଳରେ ଏକ ନୂତନ ସମସ୍ୟା ସୃଷ୍ଟି ହୋଇଛି। ସିଜିନ ମଝିରେ...

Bank Nomination Rules: ଏବେ ଉତ୍ତରାଧିକାରୀ ପାଇବେ ଏହି ହିସାବରେ ଟଙ୍କା! ବ୍ୟାଙ୍କ ନୋମିନିରେ ବଦଳିଲା ନିୟମ

ଟଙ୍କା ଏବଂ ଅଳଙ୍କାର ରଖିବା ପାଇଁ ବ୍ୟାଙ୍କ ଲକରକୁ ଏକ ସୁରକ୍ଷିତ ସ୍ଥାନ ଭାବରେ ବିବେଚନା କରାଯାଏ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଏବେ...

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ...

ଝଡ଼ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଶୁକ୍ରବାର ରାଜଧାନୀ ଭୁବନେଶ୍ୱର ସମେତ ଅଧିକାଂଶ ଜିଲାରେ...

ନିଦରୁ ଉଠିବା ପରେ ସ୍ବପ୍ନରେ ଦେଖିଥିବା ଜିନିଷ କାହିଁକି ଭୁଲିଯାଉ? କାରଣ ଜାଣିଲେ ଚମକି ପଡିବେ

ସ୍ବପ୍ନର ଦୁନିଆ ସବୁବେଳେ ରହସ୍ୟରେ ପରିପୂର୍ଣ୍ଣ। ଏହା ଉପରେ ବହୁ ବୈଜ୍ଞାନିକ ଗବେଷଣା କରିଛନ୍ତି ଅନେକ ଭିନ୍ନ ଭିନ୍ନ ଯୁକ୍ତି ଦେଇଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ, ସ୍ବପ୍ନର...

କାଳବୈଶାଖୀରେ ଉଜାଡ଼ି ଦେଲା ସବୁକିଛି, ମୁଣ୍ଡ ଉପରୁ ଛାତ ହରାଇ ଭାଙ୍ଗିପଡ଼ିଛନ୍ତି ୨ ପରିବାର

ଆନନ୍ଦପୁର,୧୮।୪(ସୁଶାନ୍ତ କୁମାର ସାହୁ ): ଅଦିନରେ ବର୍ଷା, ପବନ, ଘଡ଼ଘଡ଼ି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image