ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ ସୁନିୟନ୍ତ୍ରିତ ଗାଡ଼ି ଚଳାଚଳ, ଜନସାଧାରଣ ଓ ପଥଚାରୀଙ୍କ ସୁବିଧା ପାଇଁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି। ବାଲିଯାତ୍ରା ଦିନଗୁଡ଼ିକରେ ଅପରାହ୍ନ ୨ଟାରୁ ଭିଡ଼ କମିବା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ପୋଲିସ କମିଶନରଙ୍କ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଭୁବନେଶରରୁ ନନ୍ଦନକାନନ, ବାରଙ୍ଗ, ତ୍ରିଶୂଳିଆ ଏବଂ କାଠଯୋଡି ରିଂ ରୋଡ୍‌ ଦେଇ ଖାନ୍‌ନଗର ପଟୁ ଆସୁଥିବା ୩ ଓ ୪ ଚକିଆ ଗାଡ଼ି ବେଲଭ୍ୟୁ (ଜୁଡିସିଆଲ ଏକାଡେମୀ) ସତୀଚୌରା ଛକ, ସେଲ୍‌ଟର୍‌ ଛକ ଓ କନିକା ଛକ ଦେଇ ବାଲିଯାତ୍ରା ପଡ଼ିଆ ଆଡକୁ ଯାଇପାରିବ ନାହିଁ। ସେଗୁଡ଼ିକ ବେଲ୍‌ଭ୍ୟୁ ଛକରୁ ସିଡିଏ ସେକ୍ଟର-୧୧ ଛକ ଦେଇ ବିଜୁ ପଟ୍ଟନାୟକ ପାର୍କ, ଭୁଆସୁଣୀ ପଡ଼ିଆ କିମ୍ବା କୃଷକ ବଜାର ପଡ଼ିଆରେ ପାର୍କିଂ କରିବ। ସେଠାରୁ ଜନସାଧାରଣ ପ୍ରଶାସନ ଦ୍ୱାରା ଯୋଗାଇ ଦିଆଯାଇଥିବା ଗାଡ଼ିରେ ବାଲିଯାତ୍ରା ପଡ଼ିଆ ପର୍ଯ୍ୟନ୍ତ ଆସିପାରିବେ। ଆଠଗଡ଼, ବାଙ୍କୀ ପଟୁ ଆସୁଥୁବା ୩ ଓ ୪ ଚକିଆ ଗାଡ଼ି ନରାଜ ସେତୁ ଓ ମଧୁସୂଦନ ସେତୁ ଦେଇ ବିଜୁ ପଟ୍ଟନାୟକ ପାର୍କ କିମ୍ବା ଭୁଆସୁଣୀ ପଡ଼ିଆରେ ପାର୍କିଂ କରିବ। ସେଠାରୁ ଜନସାଧାରଣ ପ୍ରଶାସନ ଦ୍ୱାରା ଯୋଗାଇ ଦିଆଯାଇଥିବା ଗାଡ଼ିରେ ବାଲିଯାତ୍ରା ପଡ଼ିଆ ପର୍ଯ୍ୟନ୍ତ ଆସିପାରିବେ। ସତୀଚୌରା ଛକରୁ ୨ ଚକିଆ ଗାଡ଼ିଗୁଡ଼ିକ ସେଲ୍‌ଟର୍‌ ଓ କନିକା ଛକ ଦେଇ ଦୟାଶ୍ରମ ସାମ୍ନା ପଡ଼ିଆ କିମ୍ବା କାର୍ତ୍ତିକେଶ୍ୱର ଗଡ଼ାର ବାମପଟେ ଥିବା ପାର୍କିଂ ପଡ଼ିଆରେ ପାର୍କିଂ କରିବେ। ଚହଟା ଛକରୁ ୩ ଓ ୪ ଚକିଆ ଗାଡ଼ି ସିଧାସଳଖ ହରିଣ ପାର୍କ ଦେଇ ବାଲିଯାତ୍ରା ପଡ଼ିଆ ଆଡ଼କୁ ଯାଇପାରିବ ନାହିଁ। ସେଗୁଡିକ ଭୁଆସୁଣୀ ପଡ଼ିଆରେ ପାର୍କିଂ କରିବ। ପରେ ଲୋକମାନେ ପ୍ରଶାସନ ଦ୍ୱାରା ଯୋଗାଇ ଦିଆଯାଇଥିବା ଗାଡ଼ିରେ ବାଲିଯାତ୍ରା ପଡ଼ିଆ ପର୍ଯ୍ୟନ୍ତ ଆସିପାରିବେ। ଭୁଆସୁଣୀ ପଡ଼ିଆ ଓ ଚହଟା ଛକରୁ କେବଳ ୨ ଚକିଆ ଗାଡ଼ି କ୍ୟାଣ୍ଟନମେଣ୍ଟ ଥାନା ପାଖ ବାଲିଯାତ୍ରା ପଡ଼ିଆରେ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ତ୍ତିକେଶ୍ବର ଗଡ଼ା ପାଖ ପାର୍କିଂରେ ରହିବ।

ହରିଣ ପାର୍କ ଛକରୁ ୩ ଓ ୪ ଚକିଆ ଗାଡ଼ି ସିଧାସଳଖ ବାଲିଯାତ୍ରା ପଡ଼ିଆ ଆଡ଼କୁ ଯାଇପାରିବ ନାହିଁ। ସେଗୁଡିକ ଏହି ଛକରୁ ଡାହାଣକୁ ଯାଇ ଖ୍ରୀଷ୍ଟିଆନ ପଡ଼ିଆ କିମ୍ବା ଗୋରାକବର ପଡ଼ିଆରେ ପାର୍କିଂ କରିବ।
ସେହିପରି ମଧୁକୁଞ୍ଜ ପାର୍କ ପାଖରୁ କୌଣସି ଗାଡ଼ି ମଧୁସୂଦନ ପାଠାଗାର ଦେଇ ସିଧା ବାଲିଯାତ୍ରା ପଡ଼ିଆ ଆଡ଼କୁ ଆସିପାରିବ ନାହିଁ। ବିଜୁ ପଟ୍ଟନାୟକ ଛକଠାରୁ ୩ ଓ ୪ ଚକିଆ ଗାଡ଼ି ଦୟାଶ୍ରମ ରାସ୍ତାରେ ସିଧା ଚାଲିଯାତ୍ରା ପଡ଼ିଆ ଆଡକୁ ଯାଇ ପାରିବ ନାହିଁ। ସେଗୁଡ଼ିକ ଆନନ୍ଦ ଭବନ ଛକରେ ଥିବା ଖ୍ରୀଷ୍ଟିଆନ ପଡ଼ିଆ କିମ୍ବା ଗୋରାକବର ପଡ଼ିଆରେ ପାର୍କିଂ କରିବ। କେବଳ ୨ ଚକିଆ ଗାଡ଼ି ବିଜୁ ପଟ୍ଟନାୟକ ଛକଠାରୁ ଦୟାଶ୍ରମ ରାସ୍ତାରେ ଯାଇ ବାମପଟେ ଥିବା ପଡ଼ିଆରେ ପାର୍କିଂ କରିବ। କନିକା ଛକଠାରୁ ୩ ଓ ୪ ଚକିଆ ଗାଡ଼ି ସିଧାସଳଖ ଚଣ୍ଡୀ ଛକ ଦେଇ ବାଲିଯାତ୍ରା ଆଡ଼କୁ ଯାଇପାରିବ ନାହିଁ I ସେଗୁଡ଼ିକ ବିଜୁ ପଟ୍ଟନାୟକ ଛକ ଦେଇ ଆନନ୍ଦ ଭବନ ପାଖରେ ଥିବା ଖ୍ରୀଷ୍ଟିୟାନ ଓଡ଼ିଆ କିମ୍ବା ଗୋରାକବର ପଡ଼ିଆରେ ପାର୍କିଂ କରିବ। ସେହିପରି ସମାଜ ଅଫିସ ଛକ ଠାରୁ କୌଣସି ତିନିଚକିଆ ଓ ଚାରି ଚକିଆ ଗାଡ଼ି ନାରୀ ସେବାସଦନ ଛକ ଦେଇ ସିଧା ବାଲିଯାତ୍ରା ପଡ଼ିଆ ଆଡକୁ ଯାଇପାରିବ ନାହିଁ। ସେଗୁଡ଼ିକ ମିଶନ ରୋଡ଼ରେ ଯାଇ ଚଣ୍ଡୀ ଛକ, କନିକା ଛକ ଓ ବିଜୁ ପଟ୍ଟନାୟକ ସ୍ଥାନ ଦେଇ ଆନନ୍ଦ ଭବନ ପାଖରେ ଥିବା ଖ୍ରୀଷ୍ଟଆନ ପଡ଼ିଆ କିମ୍ବା ଗୋରାକବର ପଡ଼ିଆରେ ପାର୍କିଂ କରିବ। ଏହାବ୍ୟତୀତ ଅନ୍ୟାନ୍ୟ ଅଞ୍ଚଳ ପାଇଁ ମଧ୍ୟ ଟ୍ରାଫିକ୍‌ କଟକଣା ରହିଥିବା କମିଶନ୍‌ରେଟ୍‌ ପୋଲିସର ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri