ମୟୁରଭଞ୍ଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୨(ବୂ୍ୟରୋ): ମୟୁରଭଞ୍ଜ ଜିଲାର ସାରସକଣାଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହାସହ ସେ ମୃତକଙ୍କ ସମ୍ପର୍କିୟଙ୍କୁ ମଧ୍ୟ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଗୁରୁବାର ବାରିପଦା-ଅମର୍ଦା ରାଜ୍ୟ ରାଜପଥର ଶୀର୍ଷାପାଳ ଛକରେ ସିରିଜ ଦୁର୍ଘଟଣା ଘଟିଥିଲା। ସେଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଓଡ଼ିଶାର ହୋଇଥିବା ବେଳେ ଜଣେ ଝାଡଖଣ୍ଡର ବୋଲି ଜଣାପଡିଛି। ଗୋଟିଏ ଟ୍ରକ ଧକ୍କାରେ ତିନିଟି ଅଟୋ ଦୁଇଟି ଯାତ୍ରୀବାହୀ ଏବଂ ଅନ୍ୟଟି ଡାଲା ଅଟୋକୁ ସିରିଜ ଧକ୍କା ଦେବାରୁ ଏଭଳି ଅଭାବନୀୟ ଘଟଣା ଘଟିଥିଲା।

Share