Categories: ଜାତୀୟ

ଟ୍ରେନ୍‌ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ବାଲେଶ୍ୱର ବାହାନଗା ନିକଟରେ ଦୁଇ ଏକ୍ସପ୍ରେସ୍‌ ଟ୍ରେନ କରମଣ୍ଡଳ ଏକ୍ସପ୍ରେସ୍‌ ଓ ଯଶୱନ୍ତପୁର-ହାୱଡା ଏକ୍ସପ୍ରେସ ଭିତରେ ହୋଇଥିବା ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବିଢ଼ିବାରେ ଲାଗିଛି। ଏଯାବତ୍‌ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଥିବା ବେଳେ ୩୫୦ରୁ ଅଧିକ ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟ ଡାକ୍ତରଖାନାମାନଙ୍କରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷରେ ଏହି ଦୁର୍ଘଟଣା ଲାଗି   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି।  ମୃତାହତ ବ୍ୟକ୍ତିଙ୍କ ପରିବାରକୁ ସେ ସମବେଦନା ଜଣାଇଛନ୍ତି। ଏ ନେଇ ସେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସେ କଥା ହୋଇଛନ୍ତି ଓ ଉଦ୍ଧାର କାର୍ଯ୍ୟରେ ସବୁ ପ୍ରକାର ସହାୟତା ପାଇଁ ନିର୍ଦ୍ଦେଶ ଦେଇଥିବା  ସେ ଟୁଇଟ କରି ସୂଚନା ଦେଇଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ  ଦୁଃଖ ପ୍ରକାଶ କରି ମୃତାହତ ବ୍ୟକ୍ତିଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
Share