Posted inଜାତୀୟ

୧୩୦ କିଲୋମିଟର ବେଗରେ ଯାଉଥିଲା ଟ୍ରେନ, ଏମର୍ଜେନ୍ସି ବ୍ରେକ୍‌ ଲଗାଇଲେ ଲୋକୋ ପାଇଲଟ, ୨ ଯାତ୍ରୀ ମୃତ…

ରାଞ୍ଚି,୧୨।୧୧ : ଦିଲ୍ଲୀ ଅଭିମୁଖେ ୧୩୦ କିଲୋମିଟର ବେଗରେ ଯାତ୍ରା କରୁଥିବା ପୁରୀ-ନୂଆଦିଲ୍ଲୀ ପୁରୋଷୋତ୍ତମ ଏକ୍ସପ୍ରେସ ଟ୍ରେନରେ ଏମର୍ଜେନ୍ସି ବ୍ରେକ୍‌ ଲଗାଇବାରୁ ୨ ଜଣ ଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁସାରେ ଝାଡଖଣ୍ଡର କୋଡରମା ଜିଲାରେ ଟ୍ରେନ ଲାଇନ ଉପରେ କୌଣସି କାରଣରୁ ଓଭରହେଡ ବିଦ୍ୟୁତ ତାର ଛିଣ୍ଡି ପଡିଥିଲା। ଫଳରେ ଟ୍ରେନରେ ବିଦ୍ୟୁତ ସଂଚରଣ ବନ୍ଦ ହୋଇ ଯାଇଥିଲା। ଏହାକୁ ଲୋକୋ ପାଇଲଟ ଜାଣିବାକୁ ପାଇଥିଲେ। ଯାତ୍ରୀଙ୍କୁ ସୁରକ୍ଷା ଦେବାକୁ ଯାଇ ସେ ହଠାତ ବ୍ରେକ୍‌ ଲଗାଇଥିଲେ। ଏହାଯୋଗୁ ସୃଷ୍ଟି ହୋଇଥିବା ଧକ୍କାରେ ଟ୍ରେନର ୨ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ଶନିବାର ମଧ୍ୟାହ୍ନ ୧୨ଟା ୦୫ରେ ଗୋମା ଏବଂ କୋଡରମା ରେଳ ଷ୍ଟେଶନ ମଧ୍ୟରେ ଥିବା ପରସାବାଦ ନିକଟରେ ଏହି ଦୁର୍ଘଟଣା ଘଟିଥିଲା।

ଧାନବାଦ ରେଳ ଉପଖଣ୍ଡ ବରିଷ୍ଠ ବାଣିଜି୍ୟକ ପ୍ରବନ୍ଧକ ଅମରେଶ କୁମାର କହିଛନ୍ତି ଓଭରହେଡ ବିଦ୍ୟୁତ ସଂଚରଣ ହଠାତ ବନ୍ଦ ହୋଇ ଯିବାରୁ ଲୋକୋ ପାଇଲଟ ସୁରକ୍ଷା ଦୃଷ୍ଟିରୁ ବ୍ରେକ୍‌ ଲଗାଇଥିଲେ। ଟ୍ରେନର ବେଗ ଅଧିକ ଥିବାରୁ ଏଭଳି ସ୍ଥିତି ଉପୁଜିଥିବା ସେ କହିଛନ୍ତି। ଦୁର୍ଘଟଣାର ୪ ଘଣ୍ଟା ପର୍ଯ୍ୟନ୍ତ ଏହି ଲାଇନରେ ଟ୍ରେନ ଚଳାଚଳ ବନ୍ଦ ରଖାଯାଇଥିଲା। ପରେ ଟ୍ରେନ ଚଳାଚଳ ସ୍ବାଭାବିକ ହୋଇଥିବା ରେଳ ବିଭାଗ କହିଛି।

ତେବେ ଟ୍ରେନକୁ ଗୋମା ପର୍ଯ୍ୟନ୍ତ ଡିଜେଲ ଇଞ୍ଜିନ ଯୋଗେ ଅଣାଯାଇଥିଲା। ଏହା ପରେ ଦିଲ୍ଲୀ ଅଭିମୁଖେ ଟ୍ରେନକୁ ଇଲେକ୍ଟ୍ରିକ ଇଞ୍ଜିନରେ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri