Posted inଜାତୀୟ

ଟ୍ରେନର ଏୟାରକାଫ୍ଟ ଦୁର୍ଘଟଣା: ୨ ପାଇଲଟ ମୃତ, ଶୋକ ପ୍ରକାଶ କଲେ ପ୍ରତିରକ୍ଷା ମନ୍ତ୍ରୀ……

ହାଇଦ୍ରାବାଦ,୪।୧୨ : ସୋମବାର ତେଲଙ୍ଗାନାରେ ଏକ ବାୟୁସେନା ଟ୍ରେନିର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ସକାଳ ୮ଟା ୫୫ରେ ଏହି ଦୁର୍ଘଟଣା ଘଟିଛି। ଭାରତୀୟ ବାୟୁସେନା ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି। ବାୟୁସେନା କହିଛି ରୁଟିନ ଟ୍ରେନିଂ ସମୟରେ ପିସି -୭ ଏମକେ ୨(PC 7 Mk II )ବିମାନରେ ଏକ ଦୁର୍ଘଟଣା ଘଟିଥିଲା ଯେଉଁଥିରେ ଦୁଇଜଣ ପାଇଲଟ ବିମାନରେ ଥିଲେ। ଉଭୟେ ଗୁରୁତର ଆହତ ହୋଇଥିଲେ। ପରେ ସେମାନଙ୍କର ମୃତ୍ୟୁ ଘଟିଛି। ତେବେ ଏଥିରେ କୌଣସି ସାଧାରଣ ନାଗରିକଙ୍କର କିଛି କ୍ଷୟକ୍ଷତି ହୋଇ ନାହିଁ।

ଦୁର୍ଘଟଣାର କାରଣ ଜାଣିବା ପାଇଁ ଆଇଏଏଫ କୋର୍ଟ ଫ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାଇଲଟଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରି ଟୁଇଟ କରିଛନ୍ତି।

ରିପୋର୍ଟ ଅନୁଯାୟୀ ଦୁର୍ଘଟଣା ପରେ ବିମାନଟି କିଛି ମିନିଟ ମଧ୍ୟରେ ଜଳି ପାଉଁଶ ହୋଇଯାଇଥିଲା। ଏହି ସମୟରେ ଭାରତୀୟ ବାୟୁସେନା ବିମାନରେ କେତେ ଲୋକ ଥିଲେ ସେନେଇ ସ୍ଥାନୀୟ ଲୋକ ଅନିଶ୍ଚିତ ଅଛନ୍ତି। ଗତ ମାସରେ ଅକ୍ଟୋବରରେ ମହାରାଷ୍ଟ୍ରର ପୁଣେର ଏକ ଗ୍ରାମ ନିକଟରେ ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ବାରାମତି ପୋଲିସ ଷ୍ଟେଶନର ଇନ୍ସପେକ୍ଟର ପ୍ରଭାକର କହିଛନ୍ତି, ରେଡବର୍ଡ ଇନଷ୍ଟିଚ୍ୟୁଟ (ରେଡବର୍ଡ ଫ୍ଲାଇଟ ଟ୍ରେନିଂ ଏକାଡେମୀ) ର ଏକ ଟ୍ରେନିଂ ବିମାନ ବାରାମତି ତାଲୁକା ଅନ୍ତର୍ଗତ କାଟଫାଲ ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ପାଇଲଟ ଏବଂ ଅନ୍ୟ ଜଣେ ବ୍ୟକ୍ତି, ସମ୍ଭବତଃ କୋ-ପାଇଲଟ, ବିମାନରେ ଥିଲେ। ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ଘଟିଥିଲା। ଏହାପୂର୍ବରୁ ଜୁନ ମାସରେ କର୍ନାଟକର ଚାମରାଜନଗର ଜିଲାର ଭୋଗପୁରା ଗ୍ରାମରେ ଏକ ଖୋଲା ପଡ଼ିଆରେ ଭାରତୀୟ ବାୟୁସେନାର କିରଣ ପ୍ରଶିକ୍ଷକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜେଟରେ ଥିବା ଦୁଇ ପାଇଲଟ ପାରାଚ୍ୟୁଟ ବ୍ୟବହାର କରି ସଫଳତାର ସହ ବାହାରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri