‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି। ଦ୍ରୁତଗତିରେ ଲକ୍ଷ୍ୟଭେଦ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ରର ରହିଛି। ଏହାର ଓଜନ ୧୨ଟନ୍‌ ରହିଥିବା ବେଳେ ଏହା ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ପରିବହନ କରିପାରିବ। ଏହା ୭୦୦ କି.ମି ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି।

Share