ଟାର୍ଗେଟ ପୂରଣ ନ ହେବାରୁ କୁକୁର ଭଳି ବ୍ୟବହାର ଘଟଣା: ଭିଡିଓ ଭାଇରାଲ ପରେ କେରଳ ଶ୍ରମବିଭାଗର ତନାଘନା

କୋଚି, ୭।୪: କେରଳର କୋଚିସ୍ଥିତ ପେରୁମ୍ବୁରରେ ଥିବା ଏକ ପ୍ରାଇଭେଟ ମାର୍କେଟିଂ କମ୍ପାନୀର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଖରାପ ପ୍ରଦର୍ଶନ କରିଥିବା ଜଣେ କର୍ମଚାରୀଙ୍କୁ ଅମାନବୀୟ ବ୍ୟବହାର କରାଯାଉଥିବାର ଦେଖିବାକୁ ମିଳିଛି। ଟାର୍ଗେଟ ପୂରଣ କରିପାରି ନ ଥିବାରୁ ତାଙ୍କୁ କୁକୁର ସଜାଇ ଆଣ୍ଠୁରେ ଚାଲିବାକୁ ବାଧ୍ୟ କରାଯାଉଛି। ଭାଇରାଲ ଭିଡିଓରେ ଉକ୍ତ ବ୍ୟକ୍ତିଙ୍କ ବେକରେ ଡଗ୍‌ କଲାର ଚେନ୍‌ ବନ୍ଧା ହୋଇଥିବା ବେଳେ ସେ ତାଙ୍କ ଆଣ୍ଠୁ ବଳରେ କୁକୁର ପରି ଚାଲୁଥିବାର ଦେଖିବାକୁ ମିଳିଛି। ଏହି ଭିଡିଓ ଭାଇରାଲ ହେବା ପରେ ଘଟଣାକୁ ନେଇ କେରଳ ଶ୍ରମ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଏହାସହ ପୋଲିସ ଭାଇରାଲ ଭିଡିଓରେ ଥିବା କର୍ମଚାରୀଙ୍କ ବୟାନକୁ ମଧ୍ୟ ରେକର୍ଡ କରିଛି। ପୋଲିସ ସୂଚନା ଅନୁଯାୟୀ, ଭାଇରାଲ ହୋଇଥିବା ଭିଡିଓକୁ କମ୍ପାନୀର ଜଣେ ପୂର୍ବତନ ମ୍ୟାନେଜର ନିଜ ଫୋନ୍‌ରେ ଶୁଟ୍‌ କରିଛନ୍ତି। କମ୍ପାନୀ ମାଲିକଙ୍କ ସହ ତାଙ୍କର ପୁରୁଣା ତିକ୍ତତା ରହିଛି। ସେ କମ୍ପାନୀର କିଛି ନୂଆ ଟ୍ରେନିଂ କର୍ମଚାରୀଙ୍କ ସହ ଏହି ଭିଡିଓକୁ ଶୁଟ୍‌ କରିଥିବା ପୋଲିସ କହଛି।
ଅନ୍ୟପକ୍ଷରେ, କମ୍ପାନୀର କେତେଜଣ କର୍ମଚାରୀ ରବିବାର ଏକ ସ୍ଥାନୀୟ ଟିଭି ଚ୍ୟାନେଲକୁ କହିଛନ୍ତି, ଯେଉଁ କର୍ମଚାରୀମାନେ ଟାର୍ଗେଟ ପୂରଣରେ ବିଫଳ ହୁଅନ୍ତି, ସେମାନଙ୍କୁ କମ୍ପାନୀ ମ୍ୟାନେଜମେଣ୍ଟ ପକ୍ଷରୁ ଏହି ପ୍ରକାରର ବିଭିନ୍ନ ଅମାନବୀୟ ଦଣ୍ଡ ଦିଆଯାଏ। ତେବେ ରବିବାର ଘଟଣାକୁ ନେଇ ଏକ ନୂଆ ମୋଡ଼ ମଧ୍ୟ ସାମ୍‌ନାକୁ ଆସିଛି। ଭାଇରାଲ ଭିଡିଓରେ ନିର୍ଯାତିତ ହେଉଥିବା ବ୍ୟକ୍ତି ଜଣକ ସ୍ଥାନୀୟ ଗଣମାଧ୍ୟମକୁ କହିଛନ୍ତି, ତାଙ୍କୁ କମ୍ପାନୀ ପକ୍ଷରୁ କୌଣସି ନିର୍ଯାତନା ଦିଆଯାଇ ନାହିଁ। ସେ ଏବେ ମଧ୍ୟ ଉକ୍ତ କମ୍ପାନୀରେ କାମ କରୁଛନ୍ତି। ଭାଇରାଲ ଭିଡିଓଟି ୪ ମାସ ତଳର। ଏହି ଭିଡିଓକୁ କମ୍ପାନୀର ତତ୍କାଳୀନ ମ୍ୟାନେଜର ଜବରଦସ୍ତ ପ୍ରସ୍ତୁତ କରିଥିଲେ। ପରେ କମ୍ପାନୀ ମ୍ୟାନେଜମେଣ୍ଟ ପକ୍ଷରୁ ତାଙ୍କୁ ବାହାର କରି ଦିଆଯାଇଥିଲା, ଫଳରେ ଏବେ ସେ କମ୍ପାନୀ ମାଲିକଙ୍କୁ ବଦ୍‌ନାମ କରିବା ପାଇଁ ଉକ୍ତ ଭିଡିଓକୁ ଶେୟାର କରିଛନ୍ତି। ସେ ପୋଲିସ ଏବଂ ଶ୍ରମ ବିଭାଗର ଅଧିକାରୀଙ୍କୁ ଦେଇଥିବା ବୟାନରେ ମଧ୍ୟ ସମାନ କଥା କହିଛନ୍ତି। ଘଟଣାକୁ ନେଇ କେରଳର ଶ୍ରମମନ୍ତ୍ରୀ ଭି. ଶିଭନକୁଟ୍ଟି କହିଛନ୍ତି, ଭାଇରାଲ ଭିଡିଓଟି ଆଶ୍ଚର୍ଯ୍ୟକର ଏବଂ ହୃଦୟ ବିଦାରକ ମଧ୍ୟ। ଏପରି ଅମାନବୀୟ କାର୍ଯ୍ୟକୁ କେରଳ ପ୍ରଶ୍ରୟ ଦେବ ନାହିଁ। ଘଟଣାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ରିପୋର୍ଟ ପ୍ରସ୍ତୁତ କରିବାକୁ ଜିଲା ଶ୍ରମ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କେରଳ ହାଇକୋର୍ଟର ଆଇନଜୀବୀ କୁଲଥୁର ଜୟସିଂଙ୍କ ଅଭିଯୋଗ ଆଧାରରେ ରାଜ୍ୟ ମାନବାଧିକାର ଆୟୋଗ ଘଟଣାକୁ କେନ୍ଦ୍ର କରି ଏକ ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ମୋଦିଙ୍କୁ ଭେଟିଲେ ଆମେରିକାର ଉପରାଷ୍ଟ୍ରପତି: ବସିବ ବଡ଼ ବୈଠକ

ନୂଆଦିଲ୍ଲୀ,୨୧।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପରିବାର ସହିତ ଭାରତ ଗସ୍ତରେ ଅଛନ୍ତି। ସୋମବାର ସନ୍ଧ୍ୟାରେ ଜେଡି ଭାନ୍ସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image