Categories: ବାଣିଜ୍ୟ

ରାଉରକେଲାରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର

ଭୁବନେଶ୍ୱର,୧୧ା୩: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋର ଓଡ଼ିଶା ବଜାରରେ ଶୁଭାରମ୍ଭ କରାଯାଇଛି। ଏପରିକି ରାଉରକେଲା ସହର ନିକଟସ୍ଥ ପ୍ଲୁଟୋନ ମଲ୍‌ଠାରେ ଉକ୍ତ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ୭୦୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପରିବ୍ୟାପ୍ତ ଉକ୍ତ ଷ୍ଟୋରରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହ ଆକର୍ଷଣୀୟ ଫ୍ୟାଶନ ଓ ଲୋଭନୀୟ ମୂଲ୍ୟର ବ୍ୟାପକ ସମ୍ଭାର ଉପଲବ୍ଧ। ଯେପରିକି ୩୯୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୨୪୯ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିଭଳି ସ୍ଥାନୀୟ ଗ୍ରାହକମାନଙ୍କ ପାଇଁ ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜର ବ୍ୟାପକ ସମ୍ଭାର ସହ ସୁଲଭ ମୂଲ୍ୟ ଉକ୍ତ ଷ୍ଟୋରକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏପରିକି ସହର ତଥା ସହର ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟରେ ପାଇପାରିବେ।
ଉଲ୍ଲେଖଯୋଗ୍ୟ, ରାଉରକେଲା ସହରରେ ଟ୍ରେଣ୍ଡ୍‌ସର ଏହା ୩ୟ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି।

Share