କିସ୍‌କୁ କେନ୍ଦ୍ର ଝଟକା, ଜମି ମାମଲାର ତଦନ୍ତ ନିର୍ଦ୍ଦେଶ

ଖୋର୍ଦ୍ଧା,୨୩।୬(ପ୍ରଭାତ ପାଣିଗ୍ରାହୀ): କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍ସ (କିସ୍)କୁ ବଡ଼ ଝଟକା ଦେଇଛନ୍ତି କେନ୍ଦ୍ର ସରକାର। କିସ୍‌କୁ ଦିଆଯାଇଥିବା ୪ ଏକର ଜଙ୍ଗଲ ଜମିର ତଦନ୍ତ ନିର୍ଦ୍ଦେଶ ଦେଇଛି କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ। ମନ୍ତ୍ରଣାଳୟରୁ ମୁଖ୍ୟଶାସନ ସଚିବ ଏବଂ ଖୋର୍ଦ୍ଧା ଜିଲାପାଳଙ୍କୁ ଚିଠି ଆସିଛି।

ଆଦିବାସୀ ପିଲାଙ୍କୁ ପାଠ ପଢାଇବା ଆଳରେ କିସ୍‌ କେତେ ସରକାରୀ ଜମି ହାତେଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ଜିଲାପାଳ ତଦନ୍ତ କରିବେ। ଚିଠି ପାଇବା ପରେ ଜିଲାପାଳ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ଖବରଦାତାଙ୍କୁ ସେ କହିଛନ୍ତି ”ଚିଠି ପାଇଛୁ। ଏହା ଡିଷ୍ଟ୍ରିକ୍ଟ ୱେଲଫେୟାର ଅଫିସ ପାଖରେ ଅଛି। ଏହି ପରିପ୍ରେକ୍ଷୀରେ ସ୍ପଷ୍ଟୀକରଣ ଖୋଜାଯିବ। ଆଗରୁ କଣ ହୋଇଥିଲା ତାହା ଜାଣିନୁ, କେସ୍ ରେକର୍ଡ ଷ୍ଟଡି କରାଯାଉଛି। ସେହି ସ୍ଥାନରେ କ’ଣ ହୋଇଛି ତଦନ୍ତ କରାଯିବ।”

ତେବେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ଏହି ଚିଠିରେ ଲେଖିଛନ୍ତି ଯେ ଏହି ପ୍ରସ୍ତାବ ପ୍ରକ୍ରିୟାକରଣ ବେଳେ ଜଙ୍ଗଲ ଅଧିକାର ଆଇନ (ଏଫଆରଏ) କୁ ଉପଯୁକ୍ତ ପାଳନ କରିବା ନେଇ ଅଭିଯୋଗ ଆସିଛି। ଏହି ଦୃଷ୍ଟିରୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗୁଛି।

ତେଣୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ଆବଶ୍ୟକ ସ୍ପଷ୍ଟୀକରଣ ନ ପାଇବା ପର୍ଯ୍ୟନ୍ତ ଆପଣଙ୍କୁ ଏହି ପ୍ରକ୍ରିୟା ଆଗକୁ ନ ବଢାଇବାକୁ ପରାମର୍ଶ ଦିଆଯାଇଛି ଏବଂ ଏହି ମାମଲାରେ ଆନୁଷ୍ଠାନିକ ସ୍ପଷ୍ଟୀକରଣ ମଗାଯାଉଛି।

ସୂଚନାଯୋଗ୍ୟ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କିସ୍‌କୁ ଏହି ଜଙ୍ଗଲ ଜମିର ପରିବର୍ତନ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ...

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri