କଳିଙ୍ଗା ଘାଟିରେ ଟ୍ରକ ଦୁର୍ଘଟଣା, ଡ୍ରାଇଭର ଗୁରୁତର

ଜି.ଉଦୟଗିରି,୧୨।୧୦(ଶିଶିର ପଟ୍ଟନାୟକ) ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ କଳିଙ୍ଗା ଘାଟିରେ ବ୍ରେକ ଫେଲ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଯାହା ଫଳରେ ଡ୍ରାଇଭର ସୋନୁ ବିଶ୍ୱକର୍ମା (୨୮ ବର୍ଷ) ଟ୍ରକରେ ଚାପି ହୋଇ ରହିଯାଇଥିଲେ । ପୋଲିସ ଓ ଦମକଳ ବାହିନୀ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀ ସାହାଯ୍ୟକାରୀ ଦଳ ପହଞ୍ଚି କଟରରେ ଟ୍ରକକୁ କାଟି ଜେ ସି ପି ଆଣି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ହସ୍ପିଟାଲ ପଠାଯାଇଛି ବୋଲି ଜି ଉଦୟଗିରି ଆଇ ଆଇ ସି ଅଜୟ କୁମାର ସ୍ବାଇଁ କହିଛନ୍ତି । ଟ୍ରକର ହେଲପର ତଥା ଡ୍ରାଇଭରଙ୍କ ଭାଇ ଦୀପକ ବିଶ୍ୱକର୍ମା (୨୪ ବର୍ଷ) ସାମାନ୍ୟ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଟ୍ରକ ନମ୍ବର ଏମପି-୦୪ ଜିଏ୩୭୪୨ ମଧ୍ୟପ୍ରଦେଶର ଭୋପାଳ ଠାରୁ ଥଣ୍ଡା ପାନୀୟ ଧରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଗୁରୁବାର ସକାଳେ କଳିଙ୍ଗା ଘାଟିରେ ବ୍ରେକ ଫେଲ ହୋଇଯିବାରୁ ଏଭଳି ଅଭାବନୀୟ ଦୁର୍ଘଟଣା ଘଟିଥିବା ହେଲପର ଦୀପକ କହିଛନ୍ତି । ଖବର ପାଇ ଦୁର୍ଘଟଣା ସ୍ଥଳରେ ଜି. ଉଦୟଗିରି ଥାନା ଅଧିକାରୀ ଅଜୟ କୁମାର ସ୍ବାଇଁ, ଏସ.ଆଇ ବିନୟ ମହାରଣା, ଅନନ୍ତ କୁମାର ପ୍ରଧାନ, ବୁଲୁ ବେହେରା, ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢ଼ୀ, ଅଗ୍ନିଶମ ବାହିନୀ, ୧୦୮ ଆମ୍ବୁଲାନ୍ସ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀମାନେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ଶୁଣିଲା ନାହିଁ ପ୍ରଶାସନ, ରାସ୍ତା ମରାମତି କଲେ ଗାଁ ଯୁବକ

କେନ୍ଦୁଝର,୨୨।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଭାଟୁଣୀଆଁ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଦିନକୁ ଦିନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri