Posted inଜାତୀୟ

ଟ୍ରକ-ଅଟୋ ଧକ୍କା: ୮ ଛାତ୍ର ଆହତ, ଭିଡିଓ ଭାଇରାଲ…

ହାଇଦ୍ରାବାଦ,୨୨।୧୧ : ଆନ୍ଧ୍ରପ୍ରଦେଶର ବିଶାଖାପାଟନମରେ ଏକ ଅଟୋ ଦ୍ରୁତ ଗତିରେ ଆସୁଥିବା ଟ୍ରକ ସହିତ ଧକ୍କା ହୋଇଛି। ଅଟୋରେ ଯାତ୍ରା କରୁଥିବା ଆଠ ଜଣ ସ୍କୁଲ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଉପସ୍ଥିତ ଲୋକମାନେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନେଇଥିଲେ। ଜଣେ ଛାତ୍ରଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଘଟଣାର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି।

ସିସିଟିଭି ଫୁଟେଜରେ ଏହା ଦେଖିବାକୁ ମିଳୁଛି ଅଟୋ ଡ୍ରାଇଭର ରାସ୍ତାରେ ଯିବାକୁ ଚେଷ୍ଟା କରୁଥିବାବେଳେ ଏକ ଟ୍ରକ ରାସ୍ତାରେ ଅଧିକ ବେଗରେ ଗତି କରୁଛି। ଏହି ସମୟରେ ଅଟୋ ଟ୍ରକ ସହିତ ଭୟଙ୍କର ଧକ୍କା ହେଉଛି। ଏହାର ପ୍ରଭାବ ଏତେ ଶକ୍ତିଶାଳୀ ଥିଲା ଯେ ଅଟୋ ନଷ୍ଟ ହୋଇଯାଉଛି ଏବଂ ତଳେ ଓଲଟି ପଡୁଛି। ଏହି ଦୁର୍ଘଟଣାରେ ସ୍କୁଲ ଯାଉଥିବା ଆଠ ଜଣ ପିଲା ଆହତ ହୋଇଛନ୍ତି।

ଡିସିପି ଶ୍ରୀନିବାସ ରାଓ ଏହି ଦୁର୍ଘଟଣା ସମ୍ପର୍କରେ କହିଛନ୍ତି ବିଶାଖାପାଟନମର ସଙ୍ଗମ ଶରତ ଥିଏଟର ଜଙ୍କସନରେ ଏକ ଅଟୋ ଟ୍ରକ ସହ ଧକ୍କା ହୋଇଛି। ଯେଉଁଥିରେ ଆଠ ଜଣ ସ୍କୁଲ ପିଲା ଆହତ ହୋଇଥିବାବେଳେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ଚାରିଜଣଙ୍କୁ ଡିସଚାର୍ଜ କରାଯାଇଛି। ତିନି ଜଣ ଛାତ୍ର ଚିକିତ୍ସିତ ହେଉଛନ୍ତି ଏବଂ ଜଣେ ଛାତ୍ରଙ୍କ ଅବସ୍ଥା ଗୁରୁତର ରହିଛି। ବର୍ତ୍ତମାନ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମନ୍‌ କି ମାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ...

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ,...

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri