ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛିl ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର ମଧ୍ୟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ମହିଳା ଜଣେ ପୁରୁଷ ରହିଥିବା ଜଣାପଡିଛି।

ଗୁରୁତର ଥିବା ଯାତ୍ରୀଙ୍କୁ ଯୋଡ଼େଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ଜାରି ରହିଛି। ସୂଚନାଥାଉ କି ଛତିଶଗଡ଼ ବୋରେଇରୁ ଏକ ଯାତ୍ରୀବାହି ଅଟୋ ରାଇଘର ଆସୁଥିବା ବେଳେ ବିପରୀତ ଦିଗରୁ ଏକ ଟ୍ରକ ରାଇଘରରୁ ଛତିଶଗଡ଼କୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ମୁହମୁହି ଧକ୍କା ହେବାରୁ ଅଟୋ ଉପରେ ଟ୍ରକ ଚଢ଼ିଯାଇଥିଲା।

ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତେ କଳସୀ ମଣ୍ଡେଇ ଦେଖିବାକୁ ନିଜ ସମ୍ପର୍କୀୟ ଘର ରାଇଘରକୁ ଆସୁଥିଲେ। ଘଟଣାସ୍ଥଳରେ ରାଇଘର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ଡାକ୍ତରୀ ଟିମ୍ ମଧ୍ୟ ଯୋଡ଼େଙ୍ଗା ମେଡିକାଲରେ ଉପସ୍ଥିତ ରହି ଚିକିତ୍ସା କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri