ଅଳଙ୍କାର ଦୋକାନକୁ ମାଡିଗଲା ଟ୍ରକ, ସିକ୍ୟୁରିଟି ଗାର୍ଡଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର, ୩।୨-(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ମୁଖ୍ୟ ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ପାଟଣା ଛକ ନିକଟରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏକ ଟ୍ରକ ଜଣେ ସିକ୍ୟୁରିଟି ଗାର୍ଡ ଉପରେ ମାଡି ଯିବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ରାତି ପ୍ରାୟ ୨ଟା ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରକଟି ରାଧିକା ଅଳଙ୍କାର ଦୋକାନ ସମ୍ମୁଖରେ ଡ୍ୟୁଟିରେ ଥିବା ସିକ୍ୟୁରିଟି ଗାର୍ଡ ଉପରକୁ ମାଡିଯାଇଥିଲା। ଗୁରୁତର ସିକ୍ୟୁରିଟି ଗାର୍ଡ ସିଦ୍ଧାର୍ଥ ପ୍ରଧାନଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବଲାଙ୍ଗୀର ଟାଉନ ପୋଲିସ ଉକ୍ତ ଟ୍ରକକୁ ଜବତ କରିବା ସହ ମାତାଲ ଡ୍ରାଇଭରଙ୍କୁ ଅଟକ ରଖିଛି। ଡ଼୍ରାଇଭର ଜଣକ ଅଙ୍କିତ କୁମାର ପାଣ୍ଡେ ଓ ସେ ବିହାରର ବୋଲି ଜଣାପଡିଛି। ଘଟଣାକୁ ନେଇ ମଙ୍ଗଳବାର ସକାଳେ ଟାଉନ ଥାନରେ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନରେ ତିନି ଦିନିଆ ଅସ୍ତ୍ରବିରତି ଘୋଷଣା କଲେ ପୁଟିନ

ନୂଆଦିଲ୍ଲୀ,୨୮।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ଏକ ଅସ୍ଥାୟୀ ଅସ୍ତ୍ରବିରତି ଘୋଷଣା କରିଛନ୍ତି।କ୍ରେମଲିନ କହିଛି ଯେ ଏହି ଅସ୍ତ୍ରବିରତି ମେ ୮ ତାରିଖ...

ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ...

ଡ୍ୟାମ ଗେଟ ବନ୍ଦ: ଧାନ ଫସଲକୁ ନେଇ ଚିନ୍ତାରେ ଚାଷୀ

କେନ୍ଦୁଝର,୨୮ା୪: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ କଣ୍ତରା ପଞ୍ଚାୟତ ଦାମପୁର ଓ କାନପୁର ଗ୍ରାମର ଚାଷୀମାନେ ଖରାଟିଆ ଧାନ ଫସଲ କରିଛନ୍ତି। ତେବେ କାନପୁର...

୨ ଦିବସୀୟ ରାଉରକେଲା ଗସ୍ତରେ ଡିଜି ଖୁରାନିଆ

ରାଉରକେଲା ,୨୮।୪(ସଂଗୀତା ଜେନା): ରାଜ୍ୟରେ ୧୨ ଜଣ ପାକିସ୍ତାନୀ ଅଛନ୍ତି। ସମସ୍ତଙ୍କୁ ଲିଭ ଇଣ୍ଡିଆ ନୋଟିସ ଦିଆଯାଇଛି। କେତେ ଜଣେ ପାକିସ୍ତାନୀ ଯାଇ ସାରିଲେଣି। ଏବେ...

ସାବୁନ ଫେଣର କଥା: ସାବୁନ ଯେଉଁ ରଙ୍ଗର ହେଉ ନା କାହିଁକି ଫେଣ କିନ୍ତୁ ଧଳାରଙ୍ଗ ଜାଣନ୍ତୁ କାହିଁକି ?

ଗାଧୋଇବା ସମୟରେ ହେଉ କି ଲୁଗା ସଫା ଅବା ବାସନ ମାଜିବାବେଳେ ବ୍ୟବହାର କରାଯାଉଥିବା ସାବୁନ୍‌ରୁ ଫେଣ ବାହାରୁଥିବା ଦେଖିଥିବେ। ସାବୁନ ଯେଉଁ ରଙ୍ଗର ହେଉ...

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ଭାରତର ଶକ୍ତି ବୃଦ୍ଧି: ଫ୍ରାନ୍ସ ଦେଲା ୨୬ ଯୁଦ୍ଧ ବିମାନ

ନୂଆଦିଳ୍ଲୀ,୨୮।୪: ଗୋଟିଏ ପଟେ, ଭାରତ ପହଲଗାମ ଆକ୍ରମଣର ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛି। ଏହା ସହିତ, ଭାରତ ଏହାର ପ୍ରତିରକ୍ଷା ଶକ୍ତି ବୃଦ୍ଧି...

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image