ନିର୍ବାଚନ ପ୍ରଚାର ରାଲିରେ ନାଚିଲେ ଟ୍ରମ୍ପ୍‌, ଭିଡିଓ ଭାଇରାଲ

ଓ୍ବାଶିଂଟନ,୧୪ା୧୦: କରୋନାରୁ ସୁସ୍ଥ ହୋଇ ହସ୍ପିଟାଲରୁ ଫେରିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନିର୍ବାଚନ ପ୍ରଚାର କରୁଛନ୍ତି। ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ସେତିକି ଉଷ୍ଣତା ବୃଦ୍ଧି ପାଉଛି। ଏହି ନିର୍ବାଚନୀ ପ୍ରଚାର ସମୟରେ ଏକ ନୂଆ ଘଟଣା ସାମ୍ନାକୁ ଆସିଛି, ଯାହା ଖୁବ୍‌ ଭାଇରାଲ ହେଉଛି। ପ୍ରଚାର ସମୟରେ ଟ୍ରମ୍ପ୍‌ ନାଚୁଛନ୍ତି।
ସ୍ୟାଣ୍ଡ୍‌ ଫୋର୍ଡରେ ଆୟୋଜିତ ନିର୍ବାଚନ ସଭାରେ ପ୍ରବଳ ଜନସମାଗମ ଦେଖି, ଟ୍ରମ୍ପ୍‌ ଖୁସିରେ ଆତ୍ମହରା ହୋଇ ନିଜକୁ ଆଉ ସମ୍ଭାଳି ପାରି ନ ଥିଲେ। ଏପରିକି ମଞ୍ଚରେ ସେ ଡ୍ୟାନ୍ସ କରିଥିଲେ। ଟ୍ରମ୍ପଙ୍କୁ ନାଚୁଥିବାର ଦେଖି ଲୋକେ ବି ଖୁବ୍‌ ଉତ୍ସାହିତ ହୋଇ ନାଚିବାକୁ ଆରମ୍ଭ କରିଥିଲେ। ଟ୍ରମ୍ପଙ୍କ ଏହି ନାଚକୁ ବିରୋଧୀମାନେ ନାପସନ୍ଦ କରିବା ସହ ମଜା ଉଡ଼ାଇଛନ୍ତି।
ଟ୍ରମ୍ପ୍‌ଙ୍କ ଏହି ଡ୍ୟାନ୍ସର ଭିଡିଓ ଟୁଇଟରରେ ଭାଇରାଲ ହେଉଛି। ଟ୍ରମ୍ପଙ୍କ ଡ୍ୟାନ୍ସଙ୍କୁ ତାଙ୍କ ସମର୍ଥକମାନେ ପସନ୍ଦ କରୁଛନ୍ତି। କିଛି ଲୋକ ଟ୍ରୋଲ ମଧ୍ୟ କରିଛନ୍ତି। ଏହି ଡ୍ୟାନ୍ସ ସମୟରେ ଟ୍ରମ୍ପ୍‌ ମାସ୍କ ପିନ୍ଧି ନ ଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌...

ଗାଜାରୁ ଲେବାନନ୍‌ ମୁହାଁଇଛି ସଂଘର୍ଷ

ବେରୁଟ୍‌,୨୩ା୯: ଲେବାନନ୍‌ର ଆତଙ୍କବାଦୀ ସଂଗଠନ ହେଜ୍‌ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍‌ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍‌ବୁଲ୍ଲା ଶତାଧିକ...

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି...

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri