Categories: ଜାତୀୟ

ଅର୍ଣ୍ଣବ ଗୋସ୍ବାମୀଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧୧।୧୧-ରିପବ୍ଲିକ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଜାମିନ ମିଳିଛି। ବୁଧବାର ସୁପ୍ରିମକୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଫଳରେ ଅର୍ଣ୍ଣବ ୮ ଦିନ ପରେ ଜେଲରୁ ମୁକ୍ତି ପାଇବେ। ଭିଡିଓ କନଫରେନ୍ସିଂ ଜରିଆରେ ଆଜି ଜଷ୍ଟିସ ଡି ଚନ୍ଦ୍ରଚୁଡ ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଶୁଣାଣି ସମୟରେ ବମ୍ବେ ହାଇକୋର୍ଟ ଉପରେ ଜଷ୍ଟିସ ଚନ୍ଦ୍ରଚୁଡ଼ ଅସନ୍ତୋଷ ପ୍ରକାଶ କରିଥିଲେ।
ସୂଚନାଯୋଗ୍ୟ, ୨୦୧୮ ଏକ ଆତ୍ମହତ୍ୟା ମାମଲାରେ ମୁମ୍ବାଇ ପୋଲିସ ଅର୍ଣ୍ଣବଙ୍କୁ ଗିରଫ କରିଥିଲା। ନଭେମ୍ବର ୪ ରେ ମୁମ୍ବାଇ ପୋଲିସ ଘରେ ପଶି ଅର୍ଣ୍ଣବଙ୍କୁ ଉଠାଇ ଆଣିଥିଲା ବୋଲି ଅଭିଯୋଗ ହୋଇଥିଲା। ଶୁଣାଣି ସମୟରେ ବମ୍ବେ ହାଇକୋର୍ଟ ଉପରେ ଜଷ୍ଟିସ ଚନ୍ଦ୍ରଚୁଡ଼ ଅସନ୍ତୋଷ ପ୍ରକାଶ କରିଛନ୍ତି।

Share