ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡିଶାରେ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏବେ ଚିନ୍ତା ବଢିଛି। ଉଭୟଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି। ତେବେ ୨୧ ଜଣ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସମସ୍ତ ୨୧ ଜଣଙ୍କର ଟେଷ୍ଟିଂ କରାଯାଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଉଭୟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର କିଛି ଲକ୍ଷଣ ନ ଥିବା ବେଳେ ଅନ୍ୟ ଜଣଙ୍କର ଅଳ୍ପ କାଶ ହେଉଛି। ଉଭୟଙ୍କୁ ଆଇସୋଲେସନରେ ରଖାଯାଇଥିବା ନେଇ ସେ କହିଛନ୍ତି।