Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଜର୍ସି ପିନ୍ଧି ପାକିସ୍ତାନରେ ପହଞ୍ଚିଲେ ଏହି ଖେଳାଳି, କରାଚି କିଙ୍ଗ୍ସକୁ ଟ୍ରୋଲ କଲେ ପ୍ରଶଂସକ

କରାଚି,୧୪।୧୧: ଜିମ୍ବାଓ୍ବେ ସହ ସିରିଜ ଶେଷ ହେବା ପରେ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ୍‌ ୨୦୨୦)ର ଚାରିଟି ମ୍ୟାଚ୍‌ ଖେଳାଯିବାର ଅଛି। କୋଭିଡ ପାଇଁ ଏହାକୁ ସ୍ଥଗିତ କରାଯାଇଥିଲା। ଏହି ଲିଗ୍‌ ଖେଳିବା ପାଇଁ ଖେଳାଳିମାନେ ପହଞ୍ଚିବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଟିମ୍‌ରେ ସାମିଲ ଥିବା ଓ୍ବେଷ୍ଟଇଣ୍ଡିଜ୍‌ର ଯୁବ କ୍ରିକେଟର ଶରଫେନ ରଦରଫୋର୍ଡ ପହଞ୍ଚିଥିଲେ। ସେ କ୍ରିସ୍‌ ଜୋର୍ଦନଙ୍କ ସ୍ଥାନରେ ଖେଳିବା ପାଇଁ ଯାଉଛନ୍ତି। ତେବେ ରଦରଫୋର୍ଡ ପାକିସ୍ତାନରେ ପହଞ୍ଚିବା ପରେ ତାଙ୍କର ଫଟୋ କରାଚି କିଗ୍ସ ପକ୍ଷରୁ ଶେୟାର କରାଯାଇଥିଲା। ଫଟୋଟି ବେଶ୍‌ ଭାଇରାଲ ହେଉଛି। ସେ ପିନ୍ଧିଥିବା ଜର୍ସି ଏବଂ କିଟ୍‌କୁ ନେଇ ଲୋକ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି।

ଆଇପିଏଲ୍‌ ଶେଷ ହେବା ପରେ ୟୁଏଇରୁ ସିଧା ପାକିସ୍ତାନ ପହଞ୍ଚିଥିଲେ ରଦରଫୋର୍ଡ। ବିମାନବନ୍ଦରରେ ପହଞ୍ଚିବା ବେଳେ ସେ ମୁମ୍ବାଇ ଇଣ୍ଡିଆନ୍ସର ଜର୍ସି ପିନ୍ଧିଥିଲେ। ଏହା ଦେଖି ଲୋକେ ଜର୍ସି ତ ଦେଇ ଦେଇଥାନ୍ତ ବୋଲି କହୁଥିବା ଦେଖାଯାଉଛି।
୨୨ ବର୍ଷୀୟ ରଦରଫୋର୍ଡଙ୍କୁ ଚଳିତ ଆଇପିଏଲ୍‌ରେ ସୁଯୋଗ ମିଳି ନ ଥିଲା। ହେଲେ ସେ ଟିମ୍‌ରେ ସାମିଲ ଥିଲେ। ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ଟାଇଟଲ ଜିତିବା କାରଣରୁ ରଦରଫୋର୍ଡଙ୍କ ପାଇଁ ଖୁସିର ମୂହର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri