ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ହଜାର ୮୩୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୩୦୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୩୨ ହଜାର ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୦ ଲକ୍ଷ ୨୬ ହଜାର ୧୫୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫ କୋଟି ୩୧ ଲକ୍ଷ ୯୫ ହଜାର ୪୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୮୧ ଲକ୍ଷ ୩୨ ହଜାର ୪୭୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ମାର୍ଚ୍ଚ ୩୧ରେ ୭୨, ୩୩୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Share