ବିଲାବାଡ଼ି ବୁଲାଣିରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୫ ଗୁରୁତର

ଖଜୁରୀପଡ଼ା ୧୮ା୩( ବିଦୁର ବେହେରା)- କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଜାମଝୋରି ନିକଟସ୍ଥ ବିଲାବାଡ଼ି ବୁଲାଣିରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବିନାୟକ ରାଜସ୍ବଦୀପ। ଏଥିରେ ଅନ୍ୟ ୫ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ବୁରୁପଦା ଗ୍ରାମର ରସାନନ୍ଦ କହଁର, ରାକାଡ଼ି ପଦର ଗ୍ରାମର ରାହୁଲ ଗଣ୍ଡା, ସିଦ୍ଧାନ୍ତ ଗଣ୍ଡା, ଶଗଡ଼ିଆ ସାହିର ରବି ନାୟକ ଓ ରୁଦ୍ରଦେବ ନାୟକ (୯)। ଦୁର୍ଘଟଣା ଖବର ପାଇ ଘଟଣା ସ୍ଥଳରେ ସାମାଜିକ କର୍ମୀ ବିକାଶ ଦିଗାଲଙ୍କ ସହ ଅଗ୍ନିଶମବାହିନୀ କର୍ମଚାରୀ ପହଞ୍ଚି  ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଫୁଲବାଣୀ ମେଡିକାଲ ନେଇ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡମେଡିକାଲ ପଠାଯାଇଥିଲା। ତେବେ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ନେବା ବେଳେ ଭଞ୍ଜନଗର ନିକଟରେ ବିନାୟକଙ୍କ ମୃତ୍ୟୁ ହୋଇଯାଇଥିଲା। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri