ଦୁଇ ବାଇକ ମୁହାଁମୁହିଁ ଧକ୍କା : ଚାଲିଗଲା ୩ ଜୀବନ

କେନ୍ଦୁଝର,୨୯।୯: କେନ୍ଦୁଝର ଜିଲା ଆନନ୍ଦପୁରରେ  ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍‌ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି।  ମୃତକଙ୍କ ମଧ୍ୟରେ ୨ ପୁରୁଷ ଓ ଜଣେ ମହିଳା ଥିବା ଜଣାପଡ଼ିଛି। ସମସ୍ତଙ୍କ ଘର ମୟୂରଭଞ୍ଜରେ ବୋଲି ଜଣାଯାଇଛି।
ସକାଳେ ଆନନ୍ଦପୁରରୁ କରଞ୍ଜିଆ ଅଭିମୁଖେ ଏକ ବାଇକ ଯାଉଥିବା ବେଳେ ସେଥିରେ ଦୁଇ ପୁରୁଷ ଓ ଜଣେ ମହିଳା ଥିଲେ। ଗାଡ଼ିଟି ପଦ୍ମପୁର ଗେଟ ନିକଟରେ ହୋଇଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ ତାକୁ ଧକ୍କା ଦେଇଥିଲା। ଫଳରେ ଆନନ୍ଦପୁରରୁ କରଞ୍ଜିଆ ଅଭିମୁଖେ ଯାଉଥିବା ବାଇକ୍‌ରେ ଥିବା ୩ ଜଣ ଛିଟିକି ପଡ଼ିଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବିଲୁଆ ଆତଙ୍କ: ଲୋକଙ୍କୁ କଲା ଲହୁଲୁହାଣ

ପୋଲସରା,୨୫।୯:ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତରେ କିଛି ବିଲୁଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ଗାଁରେ ବିଲୁଆ ପଶି ଅନେକ ଲୋକଙ୍କୁ ଆକ୍ରମଣ କରିଛି। ଉକ୍ତ ପଞ୍ଚାୟତର...

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ...

ବରଡ଼ା ମାଳଗୋଡ଼ା, ବାଜବାଟି ଖାଦାନରେ ବେଆଇନ ଉତ୍ତୋଳନ

ଯାଜପୁର,୨୫।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ମହଜୁଦ ଥିବା ମୂଲ୍ୟବାନ କଳାପଥର ଖାଦାନ ଲୁଟ୍‌ ପ୍ରକ୍ରିୟା ପୁଣି ଆରମ୍ଭ ହୋଇଛି। କିଛିଦିନର ନୀରବତା...

ସମୁଦ୍ର ଗର୍ଭରେ ଧ୍ୱଂସହେବ ଅଗରନାସୀ ଝାଉଁ ଜଙ୍ଗଲ

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନ ପ୍ରଭାବରେ ସାମୁଦ୍ରିକ ଜଳ ପତ୍ତନ ବୃଦ୍ଧି ପାଇବା ସହ ଉଚ୍ଚ ଲହଡ଼ିରେ କୂଳ ଅବକ୍ଷୟ ହେଉଛି। ସମୁଦ୍ର ଅବକ୍ଷୟକୁ...

ପୂର୍ବ ଶତ୍ରୁତା, ସ୍କ୍ରାପ୍‌ ବିକ୍ରି ବିବାଦରୁ ଗଡ଼ିଥିଲା ମୁଣ୍ଡ

ଅନୁଗୋଳ,୨୫୯ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସଦର ଥାନା ଛେଳିଆପଡ଼ାସ୍ଥିତ ଭବାନୀ ଶଙ୍କର ଭଞ୍ଜ (ବୁବୁ) ହତ୍ୟାକାଣ୍ଡ ଉପରୁ ପୋଲିସ ମଙ୍ଗଳବାର ପରଦା ଉଠାଇଛି। ପୂର୍ବ ଶତ୍ରୁତା ଓ...

ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌...

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା...

ପୋଲ ଉପରେ ୫ଫୁଟ୍‌ର ବର୍ଷାପାଣି

ପାଟଣା,୨୫।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତର ନୂଆପଡ଼ା ଦେଇ ଯାଇଥିବା ସୀତା ନଦୀ ପୋଲ ଉପରେ ମଙ୍ଗଳବାର ଅପରାହ୍ନରୁ ୫ ଫୁଟ୍‌ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri