ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ଜୀବନ ଗଲା

ନୟାଗଡ଼,୩୦ା୧୦(ଲୋକନାଥ ମିଶ୍ର): ପୋଖରୀରେ ବୁଡ଼ି ଦୁଇ ନାବାଳକ ଭାଇଙ୍କ ଜୀବନ ଯାଇଛି। ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ପଞ୍ଚାୟତ ଅଭିମାନପୁର ପୋଖରୀରେ ବୁଡ଼ି ସୋମବାର ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ଦୁଇ ନାବାଳକ ଦାଦା ପୁଅ ଓ ବଡ଼ବାପା ପୁଅ ଭାଇ। ଅଭିମାନପୁର ଗ୍ରାମର କାର୍ତ୍ତିକ କରଙ୍କ ୧୦ ବର୍ଷର ପୁଅ ଲିପୁନ ଓ ସର୍ବେଶ୍ବର କରଙ୍କ ୧୨ ବର୍ଷର ପୁଅ ପ୍ରଦୀପ୍ତ ପ୍ରଳୟ ଗାଁ ପୋଖରୀକୁ ସୋମବାର ସକାଳେ ଗାଧୋଇବାକୁ ଯାଇଥିଲେ। ଗାଧୋଇବା ସମୟରେ ଅସାବଧାନତା ଯୋଗୁ ପୋଖରୀରେ ଦୁଇଜଣଯାକ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଦେଖ ଉଭୟଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ଦୁଇ ଭାଇଙ୍କୁ ମୃତ ଘୋଷଣା କରିଛନ୍ତି। ଦୁଇ ଭାଇଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା...

ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉପରେ ମନ୍ତବ୍ୟରୁ ବିରତ ରହିବାକୁ ନିର୍ଦ୍ଦେଶ: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟ ଶୁକ୍ରବାର କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କ ବିଷୟରେ ଦିଆଯାଇଥିବା ମନ୍ତବ୍ୟ...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...

ଯେଉଁଠି ଲୁଚିଛନ୍ତି, ଖୋଜିଆଣି ଦଣ୍ଡ ଦିଅ: ସେନା ମୁଖ୍ୟଙ୍କୁ କହିଲେ ଏଲଜି

ଶ୍ରୀନଗର,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଜମ୍ମୁ ଏବଂ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି) ମନୋଜ ସିହ୍ନା ଆଜି ଶ୍ରୀନଗରରେ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀଙ୍କ...

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ...

ଆମେରିକା ପାଇଁ ଏହି ଘୃଣ୍ୟ କାମ କରାଯାଇଛି: ଆତଙ୍କବାଦୀଙ୍କୁ ସମର୍ଥନ, ତାଲିମ ଦେବା କଥା ସ୍ୱୀକାର କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏକ ସାକ୍ଷାତକାରରେ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ଗତ ତିନି ଦଶନ୍ଧି ଧରି...

ବିନା କାମରେ ୫୭ ଲକ୍ଷ ଟଙ୍କା ହଡ଼ପ କରି ବନ୍ଧା ହେଲେ ଠିକାଦାର

ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ...

ଧାରଣା ବେଳେ ଚାଷୀ ବେହୋସ

ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image