ଦୁର୍ଘଟଣାରେ ଗଲା ୨ ଭାଇଙ୍କ ଜୀବନ

ନୂଆପଡ଼ା ଅଫିସ,୧୨।୭: ନୂଆପଡ଼ା ଜିଲା କୋମନା ଥାନା ଜଡାମୁଣ୍ଡା ୩୫୩ ନଂ. ଜାତୀୟ ରାଜପଥରେ ସୋମବାର ବୋଲେରୋ ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ବାଇକ୍‌ରେ ବସିଥିବା ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ସାଲେପଡ଼ା ଗାଁର ଲୋକନାଥ ଶବର(୫୦) ଓ ଟିମନ ଶବର (୪୫)। ଉଭୟ ୨ ଭାଇ ବୋଲି ଜଣାପଡ଼ିଛି। ସୋମବାର ସକାଳ ୯ଟାରେ ତରବୋଡ ଫାଣ୍ଡି ଅଧୀନ ପଲସିପାଣି ପଞ୍ଚାୟତ ସାଲେପଡା ଗାଁର ଲୋକନାଥ ଓ ଟିମନ ଏକ ବାଇକ୍‌ (ନଂ.ଓଡି୨୬ସି-୭୬୭୯)ରେ ଟିକ୍ରାପଡା ଗାଁକୁ ଯାଉଥିଲେ। ସେହି ସମୟରେ କୋମନାରୁ ଆସୁଥିବା ବୋଲେରୋ (ନଂ. ଓଡି୧୭କେ-୭୬୬୫) ସହ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଦୁଇ ଭାଇଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ତରବୋଡ ଫାଣ୍ଡି ଅଧିକାରୀ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ।

ସୂଚନା ଯୋଗ୍ୟ, ବୋଲେରୋ ଗାଡିରେ ଖଡିଆଳ ବ୍ଲକ ଝିତିରିଢୋଡା ଗାଁର ଜଣେ ରୋଗୀଙ୍କୁ ନୂଆପଡ଼ା ମୁଖ୍ୟ ଡାକ୍ତରଖାନାକୁ ନିଆଯାଉଥିଲା। ହେଲେ ଦୁର୍ଘଟଣା ପରେ ଅନ୍ୟ ଏକ ଗାଡ଼ିରେ ରୋଗୀଙ୍କୁ ହସ୍ପିଟାଲକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri