ହାତୀ ଘଉଡାଇବାବେଳେ ଅଘଟଣ: ମାଡ଼ିଗଲା ଟ୍ରେନ୍‌

ରାଉରକେଲା: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଟ୍ରେନ୍‌ ଲାଇନ୍‌ରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ବନ ବିଭାଗ ହାତୀପଲ ଘଉଡାଇବା ବେଳେ ଏକ ଟ୍ରେନ୍‌ ଧକ୍କାରେ ୨ ହାତୀ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହାତୀ ଦ୍ୱୟ ଜଙ୍ଗଲକୁ ଯାଇ ନ ପାରି ବନ୍ଧମୁଣ୍ଡା ଟ୍ରେନ ଲାଇନ୍‌ ନିକଟରେ ଅଟକି ରହିଛି। ଅନ୍ୟପକ୍ଷେ ଆହତ ହାତୀଙ୍କ ପାଖରେ ପହଞ୍ଚିବାକୁ ବନ କର୍ମଚାରୀ ଉଦ୍ୟମ ଆରମ୍ଭ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଏକ ୨୩ ଟିକିଆ ହାତୀପଲ ସ୍ଥାନୀୟ ଜଙ୍ଗଲରୁ ବନ୍ଧମୁଣ୍ଡା ଆଡକୁ ଆସୁଥିବା ବନ ବିଭାଗକୁ ଖବର ମିଳିଥିଲା। ଏନେଇ ବନ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ହାତୀପଲକୁ ଘଉଠାଇବାକୁ ଚେଷ୍ଟା କରୁଥିଲେ। ସେତିକିବେଳେ ହାତୀପଲ ଟ୍ରେନ୍‌ ଲାଇନ୍‌ ପାରି ହେଉଥିଲେ। ହେଲେ ଏକ ଟ୍ରେନ୍‌ ହଠାତ୍‌ ଚାଳିଆସିବାରୁ ୨ଟି ହାତୀକୁ ଧକ୍କା ଦେଇଥିଲା। ଫଳରେ ହାତୀ ଦ୍ୱୟ ଗୁରୁତର ଆହତ ହୋଇଥିଲେ।ଅନ୍ୟପକ୍ଷେ ବନ କର୍ମଚାରୀ ଆହତ ହାତୀଙ୍କୁ କାବୁ କରିବାକୁ ଉଦ୍ୟମ ଅରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ

ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image