ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୩୦।୯(ଡି.ଏନ୍‌.ଏ.): କିଛି ଦିନର ନିରବତା ପରେ ପୁଣି ମାଓବାଦୀମାନେ ମାଲକାନଗିରି ସାମାନ୍ତରେ ହିଂସାକାଣ୍ଡ ଘଟାଇଛନ୍ତି। ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆହତ ୨ ଯବାନ ବାଲ କିଶନ ଓ ସୋନିଦୁଲ ଇସଲାମ ବୋଲି ବିଜାପୁର ଏସ୍‌ପି କୋମଳ ଲୋଚନ କଶ୍ୟପ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲା ହାଲବାପଡ଼ା ଗାଁ ନିକଟରେ ଏହି ବିସ୍ଫୋରଣ ହୋଇଛି। ଗୁରୁବାର ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟକୁ ସୁରକ୍ଷା ଦେବାନେଇ ଯବାନଙ୍କୁ ନିୟୋଜିତ କରାଯାଇଥିଲା। ଯବାନମାନେ ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଡି ବିସ୍ଫୋରଣ ଘଟିଥିଲା। ଏଥିରେ ୨ଜଣ ସିଆର୍‌ପିଏଫ୍‌ ଯବାନ ଗୁରତର ଆହତ ହୋଇଥିଲେ। ପାଖରେ ଥିବା ସାଥୀ ଯବାନ ଉଭୟଙ୍କୁ ଉଦ୍ଧାର କରି ବିଜାପୁର ଜିଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image