ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି ପର୍ଯ୍ୟଟକ ଦମ୍ପତ୍ତି ଓ ଜଣେ ଭାଜପା ନେତାଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ ।
ଆତଙ୍କବାଦୀମାନେ ଜମ୍ମୁକଶ୍ମୀରର ଅନନ୍ତନାଗରେ ଏକ ପର୍ଯ୍ୟଟକ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ । ଫଳରେ ଜୟପୁରରୁ କଶ୍ମୀର ବୁଲିବାକୁ ଆସିଥିବା ଟୁରିଷ୍ଟ ଦମ୍ପତ୍ତି ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେହିପରି ସୋପିଆନା ହିରାପୋରା ଇଲାକାରେ ଆତଙ୍କବାଦୀମାନେ ଜଣେ ଭାଜପା ନେତା ତଥା ପୂର୍ବତନ ସରପଞ୍ଚ ଏଜାଜ ଅହମଦଙ୍କ ଉପରେ ଗୁଳିମାଡ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।