Posted inଜାତୀୟ

ନିର୍ବାଚନ ଫଳାଫଳର ଦୁଇମାସ ପରେ କଂଗ୍ରେସ ଆଣିଲା ସାଂଘାତିକ ଅଭିଯୋଗ: ଭାଜପା ମାତ୍ର…

ନୂଆଦିଲ୍ଲୀ,୫।୮: ଲୋକ ସଭା ନିର୍ବାଚନର ଫଳାଫଳ ଆସିବାର ଦୁଇ ମାସ ବିତିଗଲାଣି। ନିର୍ବାଚନ ଫଳାଫଳରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ କରିନାହାଁନ୍ତି, କିନ୍ତୁ ଭାଜପା ନେତୃତ୍ୱାଧୀନ ଏନଡିଏ ସରକାର ଗଠନ କରାଯାଇଥିଲା। ଏନଡିଏରେ ଅନ୍ତର୍ଭୁକ୍ତ ଦଳଗୁଡିକ ଜିତିଥିବା ଆସନ ସଂଖ୍ୟାଗରିଷ୍ଠତାଠାରୁ ଅଧିକ ଥିଲା। ତେବେ ଏହି ନିର୍ବାଚନରେ କଂଗ୍ରେସ, ସମାଜବାଦି ପାର୍ଟି, ଡିଏମକେ ଭଳି ଦଳ ମାଧ୍ୟମରେ ଗଠିତ ଭାରତୀୟ ମିଳିତ ମେଣ୍ଟରୁ ଏନଡିଏ କଡ଼ା ପ୍ରତିଯୋଗିତାର ସମ୍ମୁଖୀନ ହୋଇଥିଲା। କିନ୍ତୁ ଇଣ୍ଡିଆ ମେଣ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିବାରେ ବିଫଳ ହୋଇଥିଲା।
ନିର୍ବାଚନ ଫଳାଫଳର ଦୁଇମାସ ପରେ କଂଗ୍ରେସ ବର୍ତ୍ତମାନ ଦାବି କରିଛି ଯେ, ଲୋକ ସଭା ନିର୍ବାଚନରେ ଅନିୟମିତତା ହୋଇଛି। ଫଳରେ ଭାରତ ମିଳିତ ମେଣ୍ଟ ସଂଖ୍ୟାଗରିଷ୍ଠତା ହାସଲ କରି ନାହିଁ। କଂଗ୍ରେସ ଦାବି କରିଛି, ୮୯ଟି ଆସନ ଅଛି, ଯେଉଁଠାରେ ଅନିୟମିତତା ହୋଇଛି। ଫଳରେ ଏହିସବୁ ଆସନରେ ଇଣ୍ଡିଆ ସହଯୋଗୀ ଦଳକୁ ପରାଜୟ ଭୋଗିବାକ୍‌ୁ ପଡିଥିଲା। କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ସନ୍ଦୀପ ଦୀକ୍ଷିତ ନିର୍ବାଚନ ଫଳାଫଳକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ‘ଭୋଟ ଫର୍‌ ଡେମୋକ୍ରାସି’ ରିପୋର୍ଟକୁ ଦର୍ଶାଇ ସେ ଭୋଟ ପ୍ରତିଶତରେ ରିଗିଂ ବିଷୟରେ କହିଛନ୍ତି।
ଲୋକ ସଭା ରିଗିଂ ଚନରେ ଅନିୟମିତତା ହୋଇଥିବା କଂଗ୍ରେସ ନେତା ସନ୍ଦୀପ ଦୀକ୍ଷିତ କହିଛନ୍ତି,ଯଦି କୌଣସି କାରବାର ହୋଇ ନ ଥାନ୍ତା ତେବେ ଭାଜପା ୨୪୦ ନୁହେଁ ବରଂ ୧୫୧ଟି ଆସନ ପାଇଥାନ୍ତା। ଭୋଟ ହାରରେ ପାର୍ଥକ୍ୟ ରିପୋର୍ଟର ସଠିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସନ୍ଦୀପ ରିଗିଂ ଚନ ଆୟୋଗକୁ ମଧ୍ୟ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri