ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୫।୮(ବ୍ୟୁରୋ)-ରାଜ୍ୟରେ ଆଉ ୨ଟି ପ୍ଲାଜମା ବ୍ୟାଙ୍କ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବ୍ରହ୍ମପୁର ଏମ୍‌କେସିଜି, ବୁର୍ଲା ଭୀମସାରରେ ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲର ଉଦ୍‌ଘାଟନ ସମୟରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଭିମ୍‌ସାରରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଉପସ୍ଥିତ ଥିଲେ। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫ଟି ପ୍ଲାଜ୍‌ମା କେନ୍ଦ୍ର ପ୍ରତିଷ୍ଠା ହୋଇଛି। ଏହାଦ୍ୱାରା ରାଜ୍ୟର ସମସ୍ତ ଅଞ୍ଚଳରେ ପ୍ଲାଜ୍‌ମା ଦାନ ଓ ଚିକିତ୍ସା ସୁବିଧା ହୋଇପାରିବ। କୋଭିଡ୍‌ ଯୁଦ୍ଧର ମୁଖ୍ୟ ମିଶନ ହେଉଛି ଲୋକଙ୍କ ଜୀବନର ସୁରକ୍ଷା। ଏ କ୍ଷେତ୍ରରେ ପ୍ଲାଜ୍‌ମା ଥେରାପି ବହୁ ପରିମାଣରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Share