ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆକ୍ରାନ୍ତ

ରାୟଗଡ଼ା,୨୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକକୁ ବିଭିନ୍ନ ରୋଗ ପିଛା ଛାଡୁନି। ତେବେ ଖଣି କ୍ଷେତ୍ରରେ ବିଶ୍ୱରେ ପରିଚୟ ସୃଷ୍ଟି କରିଥିବା ଏହି ବ୍ଲକରେ ଆଜି ବି ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ମିଳିଥିବା ସୂଚନାନୁସାରେ, କାଶୀପୁର ବ୍ଲକ ଅନ୍ତର୍ଗତ ଗୋରଖପୁର ପଞ୍ଚାୟତର ଲାମ୍ବେରୀ ଗ୍ରାମରେ ଦୁଇ ଜଣଙ୍କର ଝାଡ଼ାବାନ୍ତିରେ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଲାମ୍ବେରୀ ଗ୍ରାମର ଧନ ମାଝିଙ୍କ ସ୍ତ୍ରୀ ତିଲେଇ(୫୦) ଏବଂ ବଳିଆ ମାଝିଙ୍କ ପୁଅ ଆନନ୍ଦ(୨୫)। ତିଲେଇଙ୍କର ୨୨ ତାରିଖରେ ମୃତ୍ୟୁ ହୋଇଥିବା ବେଳେ ଆନନ୍ଦଙ୍କର ଶନିବାର ମୃତ୍ୟୁ ଘଟିଛି। ଗୋରଖପୁର ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ଅନିଲ କୁମାର ନାଏକଙ୍କ କହିବାନୁସାରେ ଆନନ୍ଦଙ୍କୁ ଶୁକ୍ରବାର ଅଚାନକ ଝାଡ଼ା ଆରମ୍ଭ ହୋଇଥିଲା। ଏହାପରେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସେହିଭଳି ତିଲେଇ ମଧ୍ୟ ୨୨ ତାରିଖରେ ଦୁଇ ତିନିଦିନ ପୂର୍ବରୁ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିଲେ। ଗ୍ରାମରେ ଆହୁରି ୧୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତି ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୂର୍ବତନ ସମିତିସଭ୍ୟ।

ଅନିଲଙ୍କ ସୂଚନାନୁସାରେ ଗୋରଖପୁରଠାରୁ ୪ କିମି ଦୂରରେ ରହିଥିବା ଏହି ଗ୍ରାମକୁ ପକ୍କା ରାସ୍ତା ନାହିଁ। ଫଳରେ ଗ୍ରାମକୁ ଆମ୍ବୁଲାନ୍ସ ଯାଇପାରୁନାହିଁ ଏବଂ ଉପଯୁକ୍ତ ସମୟରେ ସ୍ବାସ୍ଥ୍ୟସେବା ମଧ୍ୟ ମିଳୁନାହିଁ। ତେଣୁ ଗମନାଗମନ ବ୍ୟବସ୍ଥା ସୁଧାରିବା ସହିତ ଲାମ୍ବେରୀ ଗାଁକୁ ସ୍ବାସ୍ଥ୍ୟସେବା ନିୟମିତ କରିବା ପାଇଁ ଦାବି କରିଛନ୍ତି ଅନିଲ। ଏନେଇ ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କୁ ପଚାରିବାରୁ ସେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ଲାଲମୋହନ ରାଉତରାୟଙ୍କୁ ଫୋନ୍‌ କରି ଲାମ୍ବେରୀକୁ ସ୍ବାସ୍ଥ୍ୟ ଟିମ୍‌ ପଠାଇବାକୁ କହିଥିଲେ ଏବଂ ସେ ରବିବାର ଉକ୍ତ ଗାଁକୁ ଯିବେ ବୋଲି ସୂଚନା ଦେଇଛନ୍ତି। ଅନ୍ୟପଟେ ଲାମ୍ବେରୀ ଗାଁରେ ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ଖବର ପାଇଁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସିଂ ତୁରନ୍ତ ସେଠାକୁ ଟିମ୍‌ ପଠାଇବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ନିର୍ଦ୍ଦେଶ ପାଇବା ପରେ ସିଡିଏମ୍‌ଓ ଡ.ରାଉତରାୟ ଲାମ୍ବେରୀକୁ ସ୍ବାସ୍ଥ୍ୟ ଟିମ୍‌ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମକ ହରାଉଛି ଶାମୁକା

ସମୁଦ୍ରରେ ଜୁଆର ଆସିଲେ କୂଳକୁ ଭାସିଆସେ ଶାମୁକା। ଜୁଆର ଫେରିଗଲେ ଆଉ ସେହିସବୁ ଶାମୁକା ବେଳାଭୂମିରେ ପଡ଼ିରହେ। ସକାଳର ସୂର୍ଯ୍ୟକିରଣରେ ଶାମୁକା ସବୁ ଚକ୍‌ ଚକ୍‌...

ଧ୍ୱଂସମୁଖରେ ମାଣ୍ଡୁକା ପାହାଡ଼

ଚଣ୍ଡିଖୋଲ,୮ା୯(ପ୍ରଦୀପ୍ତ କୁମାର ପୃଷ୍ଟି): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନରେ ରହିଛି ମାଣ୍ଡୁକା ପାହାଡ଼। ଏହି ପାହାଡ଼ର ୧୨ ଏକର ପରିମିତ ଜମିକୁ ମୋରମ ଖନନ...

ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୮ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ...

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri