ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ଜୀବନ ଗଲା

ନିଶ୍ଚିନ୍ତକୋଇଲି,୨୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସୁକରପଡ଼ା ପଞ୍ଚାୟତ ମଧୁବନ ଗ୍ରାମର ସତ୍ୟସୁନ୍ଦର ପଣ୍ଡାଙ୍କ ଦୁଇ ଝିଅ ଚାନ୍ଦିନୀ (୮) ଓ ନଳିନୀ (୬) ରବିବାର ସକାଳେ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ଶେଷରେ ଦୁଇ ଝିଅଙ୍କ ମୃତଦେହ ପୋଖରୀରେ ଭାସୁଥିବାର ଦଖି ଦମକଳ ବହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁଇଜଣଙ୍କୁ ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରିଛି।

Share