ମୋରଡ଼ା ବ୍ଲକର ଦୁଇ ଛାତ୍ରୀଛାତ୍ର ଗ୍ରେଡ୍‌ ଏ-୧ରେ କୃତକାର୍ଯ୍ୟ

ମୋରଡ଼ା,୨୬ା୫(ସ୍ମାରକ ମାଜୀ): ରବିବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଦୁଇଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡ୍‌ରେ କୃତକାର୍ଯ୍ୟ ହୋଇଛନ୍ତି। ଗଡ଼ିଆ ଚିନ୍ତାମଣି ନୋଡାଲ ବିଦ୍ୟାପୀଠର ଛାତ୍ରୀ ଦେବସ୍ମିତା ସି ୬୦୦ରୁ ୫୫୨ ମାର୍କ ରଖି ମୋରଡ଼ା ବ୍ଲକରେ ପ୍ରଥମ ହୋଇଛନ୍ତି। ତେବେ ଦେବସ୍ମିତା ଭବିଷ୍ୟତରେ ଡାକ୍ତର ହେବାକୁ ଆଶା ରଖିଥିବା ବେଳେ ଏହି ସଫଳତା ପାଇଁ ସେ ତାଙ୍କ ବାପା, ମା’, ଗୁରୁଜନ ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶ୍ରେୟ ଦେଇଛନ୍ତି। ସେହିପରି ଚିତ୍ରଡ଼ା ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଗଣପତି ମହାନ୍ତ ୫୪୨ ମାର୍କ ରଖି ଥିବାର ସୂଚନା ଦେଇଛନ୍ତି ବ୍ଲକ ଶିକ୍ଷା ଅଧିକାରୀ ମନମୋହନ ହେମ୍ବ୍ରମ। ତେବେ ଗଣପତି ଭବିଷ୍ୟତରେ ଆଇଆଇଟିରେ ପଢ଼ି ଭଲ ଇଞ୍ଜିନିୟର ହେବାକୁ ଆଶା ରଖିଛନ୍ତି ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ମୋରଡ଼ା ବ୍ଲକର ଅଗ୍ରଣୀ ସରକାରୀପ୍ରାପ୍ତ ଶିକ୍ଷାନୁଷ୍ଠାନ ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟରେ ମୋଟ୍‌ ୯୪ ଜଣ ଛାତ୍ରୀଛାତ୍ର ଦଶମ ପରୀକ୍ଷା ଦେଇଥିବା ବେଳେ ଗ୍ରେଡ୍‌ ଏ-୧ରେ ଜଣେ ଛାତ୍ର,ଏ-୨ ଗ୍ରେଡ୍‌ରେ ଜଣେ,ବି-୧ରେ ୫ଜଣ,ବି-୨ରେ ୧୩ଜଣ,ସି ରେ ୩୧ ଜଣ,ଡି-ରେ ୩୫ ଜଣ,ଇ -ରେ ୭ ଜଣ ଏବଂ ଜଣେ ମାତ୍ର ଫେଲ ହୋଇଥିବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ଅଭିଯୁକ୍ତଙ୍କୁ ଶଗଡ଼ରେ ବାନ୍ଧି ଉଲଗ୍ନ ପରେଡ୍‌ କରାଇଲେ

ବାହରିଚ୍‌,୧୮।୪: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାର ବିଶ୍ୱେଶ୍ୱରଗଞ୍ଜ ଅଞ୍ଚଳରେ ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଶଗଡ଼ରେ ବାନ୍ଧି ମାଡ଼ ମାରିବା ସହ ଉଲଗ୍ନ ପରେଡ୍‌ କରାଇଥିବା...

TVS ଆଣିଲା ସୁଲଭ ସ୍ପୋଟ୍ସ ବାଇକ୍‌, ଫଚ୍ୟୁନରଠାରୁ ଅଧିକ ରହିଛି ସ୍ପିଡ୍‌

ନୂଆଦିଲ୍ଲୀ,୧୮।୪: ଟିଭିଏସ୍‌ ମୋଟର କମ୍ପାନୀ ଅପଡେଟେଡ୍‌ ୨୦୨୫ ଆପାଚି ଆର୍‌ଆର୍‌ ୩୧୦ ଲଞ୍ଚ କରିଛି। ଟିଭିଏସ୍‌ ମୋଟରର ଏହି ବାଇକର ଅନେକ ବୈଶିଷ୍ଟ୍ୟ ରହିଛି। ଏହା...

‘ପଶ୍ଚିମବଙ୍ଗକୁ ଆଉ ଏକ ପାକିସ୍ତାନ କରିବାର ଷଡ଼ଯନ୍ତ୍ର…’

କୋଲକାତା,୧୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ତପସ୍ବୀ ଚଭନୀ ପୀଠାଧୀଶ୍ୱର ଜଗତଗୁରୁ ପରମହଂସ ଆଚାର୍ଯ୍ୟ ବଡ଼ ଅଭିଯୋଗ ଆଣିଛନ୍ତି। ସେ ପଶ୍ଚିମବଙ୍ଗକୁ ‘ଆଉ ଏକ...

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image