ଆରଡ଼ି ପଞ୍ଚାୟତରେ ଦ୍ୱିମୁଖୀ ଲଢ଼େଇ

ଆରଡ଼ି, ୭ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡ଼ି ପଞ୍ଚାୟତରେ ମହିଳାଙ୍କ ପାଇଁ ଆସନ ସଂରକ୍ଷିତ ରହିଥିବା ବେଳେ ଏଥର ୫ ପ୍ରାର୍ଥୀ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବର୍ତ୍ତମାନ ସରପଞ୍ଚ ଥିବା ଅରବିନ୍ଦ ପାଢ଼ୀଙ୍କ ସ୍ତ୍ରୀ ମିନତି ପାଢ଼ୀ ବିଜେଡି ସମର୍ଥତ୍ତ ପ୍ରାର୍ଥୀ ଭାବେ ଲଢୁଛନ୍ତି। ଅନ୍ୟପକ୍ଷେ ଜଣେ ଅଣରାଜନୈତିକ ପରିବାରରୁ ଶ୍ରଦ୍ଧାଞ୍ଜଳି ପାଢ଼ୀଙ୍କୁ ଭାଜପା ପ୍ରାର୍ଥୀ ରୂପେ ସମର୍ଥନ ଯୋଗାଇଛି। ଏହି ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ସିଧାସଳଖ ଲଢ଼େଇ ଚାଲିଥିବା ପରିଲକ୍ଷିତ ହୋଇଛି। ଶ୍ରଦ୍ଧାଞ୍ଜଳିଙ୍କ ପ୍ରଚାରରେ ବହୁ ଯୁବକ ସାମିଲ ହେଉଥିବା ଦେଖିବାକୁ ମିଳିଛି। ସେହିପରି କଂଗ୍ରେସ ମଧ୍ୟ ଏଠାରେ ପ୍ରାର୍ଥୀ ନ ଦେଇ ଶ୍ରଦ୍ଧାଞ୍ଜଳିଙ୍କୁ ସମର୍ଥନ ଯୋଗାଇଛି। ଅନ୍ୟପକ୍ଷେ ଭାଜପାରୁ ଜଣେ ପୂର୍ବତନ ସରପଞ୍ଚ, ଜଣେ ପୂର୍ବତନ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଅଭିଜ୍ଞତା ସମ୍ପନ୍ନ ବ୍ୟକ୍ତିଙ୍କୁ ଏଥର ସାଥୀରେ ରଖି ନିର୍ବାଚନ ବୈତରଣୀ ପାର୍‌ ହେବାକୁ ବିଜେଡି ସମର୍ଥତ୍ତ ପ୍ରାର୍ଥୀ ଆଶା ରଖିଛନ୍ତି। ତେବେ ଏହି ପଞ୍ଚାୟତରେ ବିକାଶ ନଁାରେ ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଭାଜପା ଅଭିଯୋଗ କରିବା ସହ ଚଳିତ ନିର୍ବାଚନରେ ଲୋକେ ଏହାର ଜବାବ ଦେବେ ବୋଲି ଦଳୀୟ ନେତା ଦେବଦତ୍ତ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ସୋସିଆଲ ମିଡିଆ ବିବାଦୀୟ ପୋଷ୍ଟ ଘଟଣା: ପହଞ୍ଚିଲେ ରାପିଡ୍‌ ଆକ୍ସନ ଫୋର୍ସ

ଭଦ୍ରକ,୨୯ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ୪୮ ଘଣ୍ଟା ଇଣ୍ଟରନେଟ୍‌...

ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ...

ଭଦ୍ରକରେ ଇଣ୍ଟରନେଟ୍‌ ସେବା ବନ୍ଦ: ୧୦ ଗିରଫ

ଭଦ୍ରକ,୨୮।୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି।...

ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ତୁମୁଳକାଣ୍ଡ: ଡିଏସ୍‌ପି ଏସ୍‌ଆଇଙ୍କୁ ପଥରମାଡ଼, ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼...

ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ

ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri