ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଜଣେ ମୃତ, ଜଣେ ଗୁରୁତର

ପୁରୁଷୋତ୍ତମପୁର,୨୨ା୧୦(ସୀମାଞ୍ଚଳ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅତି ବୀଭତ୍ସ ଭାବରେ ହାଣି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମର କେ.ମିଟୁ ରେଡ୍ଡୀ ଓରଫ ପଦ୍ମଚରଣ। ମିଟୁ ଓ ଗୁଡିଝର ଗ୍ରାମର ଲକ୍ଷଣ ପଣ୍ଡା ନାମକ ଦୁଇ ଯୁବକ ରାସ୍ତାରେ ଯିବା ବେଳେ ଶନିବାର ବିଳମ୍ବିତ ରାତିରେ ବଡ଼ରାମପଲ୍ଲି ଗ୍ରାମ ନିକଟରେ ତାଙ୍କୁ ଅଟକାଇ ଦୁର୍ବୃତ୍ତମାନେ ମରଣାତ୍ମକ ଆକ୍ରମଣ କରିଥିଲେ। ଉଭୟଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିବା ସହ କୋମଣ୍ଡ ଗ୍ରାମ ଲୋକଙ୍କୁ ଖବର ଦେଇଥଲ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ କେ.ମିଟୁ ରେଡ୍ଡୀ ଓରଫ ପଦ୍ମଚରଣ( ୩୬)ଙ୍କ ମୃତ୍ୟୁ ଘଟିଥିବା ବେଳେ ଲକ୍ଷ୍ମଣ ପଣ୍ଡା(୨୮)ଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।

ଘଟଣାରୁ ପ୍ରକାଶ ଯେ, ଗ୍ରାମର କୋଠ ଅନୁଷ୍ଠାନର ପଇସା ହିସାବକୁ କେନ୍ଦ୍ରକରି ଦୀର୍ଘଦିନ ହେଲା ସେହି ଗ୍ରାମର କିଛି ବ୍ୟକ୍ତିଙ୍କ ଶହ ମିଟୁଙ୍କ ଶତ୍ରୁତା ଲାଗିରହିଥିଲା। ଏହି ପୂର୍ବ ଶତ୍ରୁତାକୁ ନେଇ ମିଟୁଙ୍କୁ ଜୀବନରେ ମାରି ଶେଷ କରି ଦେବା ଲାଗି ସେମାନେ ଜଗି ରହିଥିଲେ। ଶନିବାର ରାତିରେ ଅଟୋଯୋଗେ ମିଟୁ ଓ ଲକ୍ଷ୍ମଣ କୌଣସି କାର୍ଯ୍ୟରେ ପୁରୁଷୋତ୍ତମପୁର ଆସି ନିଜ ଗ୍ରାମକୁ ଫେରୁଥିବା ବେଳ ବଡ଼ରାମପଲ୍ଲୀ ଗ୍ରାମ ନିକଟ ଜଙ୍ଗଲିଆ ରାସ୍ତାରେ ଶତ୍ରୁତା ରହିଥିବା ବ୍ୟକ୍ତିମାନେ ତାଙ୍କର ଶିକୁଳା ଗ୍ରାମର କିଛି ସହଯୋଗୀଙ୍କୁ ନେଇ ମାରଣାସ୍ତ୍ର ଧରି ଛକି ରହିଥିଲୋ ମିଟୁଙ୍କ ଅଟୋକୁ ଅଟକାଇ ଅତର୍କିତ ଭାବେ ଅତ ନିର୍ମମ ଭାବରେ ଆକ୍ରମଣ କରିଥିଳେ। ଏହି ସମୟରେ ସେମାନଙ୍କ ଚିତ୍କାର ଶୁଣି ସ୍ଥାନୀୟ କିଛି ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସିଥିଲେ। ଏହି ଲୋକମାନଙ୍କୁ ଦେଖି ଅଭିଯୁକ୍ତମାନେ ଅନ୍ଧାରର ସୁଯୋଗ ନେଇ ଜଙ୍ଗଲ ମଧ୍ୟକୁ ଦୌଡ଼ିଥିଲେ। ଏହି ଖବରପାଇ ରମ୍ଭା ଥାନା ପୋଲିସ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇ ତଦନ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…

ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ...

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri