Categories: ବାଣିଜ୍ୟ

ୟୁବିଆଇର ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର,୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ବଚ୍ଛତା ଅଭିଯାନ (ସ୍ବଚ୍ଛତା ହିଁ ସେବା) କାର୍ଯ୍ୟକ୍ରମ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ମଧୁସୂଦନ ପାର୍କ ଏବଂ ମୋ ବସ୍‌ ଷ୍ଟାଣ୍ଡ୍‌ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବାବେଳେ ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ, ଉପ-ଆଞ୍ଚଳିକ ମୁଖ୍ୟ ଆର୍‌.ଦେବରାଜ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ କୁମାର ମିଶ୍ର ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଜିତେନ୍ଦ୍ର କୁମାର ସାମଲଙ୍କ ସମେତ ବିଭିନ୍ନ ଶାଖାର ୫୦ରୁ ଊର୍ଦ୍ଧ୍ୱ ଅଧିକାରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ। ସେହଭଳି ଗାନ୍ଧୀ ଜୟନ୍ତୀ ଅବସରରେ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏକ ବୈଠକର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ସର୍ଭେଶ ରଞ୍ଜନ, ଉପ-ଆଞ୍ଚଳିକ ମୁଖ୍ୟ ଆର୍‌.ଦେବରାଜ, ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ନିରଞ୍ଜନ ବାରିକ ଏବଂ ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-କ୍ଷେତ୍ରୀୟ ମୁଖ୍ୟ ଅଶୋକ କୁମାର ମିଶ୍ର ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଜିତେନ୍ଦ୍ର କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ବିଶିଷ୍ଟ ଗାନ୍ଧୀ କର୍ମକର୍ତ୍ତା ଏବଂ ସର୍ବୋଦୟ ନେତା ଆନନ୍ଦିକା ସାମନ୍ତରାୟ ଗାନ୍ଧୀ ଦର୍ଶନ ତତ୍ତ୍ବ ବିଷୟରେ ଆଲୋଚନା କରିଥିଲେ।

Share